କନ୍ତପଡା ୪୮ ଘଣ୍ଟା ଶଟ୍‌ଡାଉନ

ବଇଣ୍ଡା, ୧୧ା୫(ଡି.ଏନ.ଏ.)- ଅନୁଗୋଳରେ ୧୫ କରୋନା ରୋଗୀ ଚିହ୍ନଟ ହେବା ପରେ ସଂକ୍ରମଣ ରୋକିବାକୁ ଆଠମଲ୍ଲିକ ବ୍ଲକ କନ୍ତପଡା ସରପଞ୍ଚ ସୁଜ୍ଞାନୀ ପ୍ରଧାନ ଜିଲାପାଳଙ୍କ କ୍ଷମତା ବ୍ୟବହାର କରି ସୋମବାର କନ୍ତପଡାକୁ ୪୮ ଘଣ୍ଟା ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏ ନେଇ ସେ ଚିଠି (ନଂ. ୬୦୮/୧୧ା୦୫ା୨୦୨୦) ମାଧ୍ୟମରେ ପ୍ରଶାସନକୁ ଅବଗତ କରାଇଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି ଯେ, ଏହି ଅଞ୍ଚଳକୁ ବିଭିନ୍ନ ସ୍ଥାନରୁ ପ୍ରବାସୀ ଶ୍ରମିକ ଫେରୁଛନ୍ତି। ଏହି ରାସ୍ତା ଦେଇ ଅନୁଗୋଳ, ଆଠମଲ୍ଲିକ, ବଇଣ୍ଡା ଅଞ୍ଚଳକୁ ବହୁ ଯାନବାହନ ଯାତାୟାତ କରୁଛି। ସେଥିରୁ ଯାତ୍ରୀମାନେ କନ୍ତପଡା ଛକରେ ଓହ୍ଲାଇ ଜିନିଷ କିଣାକିଣି କରୁଛନ୍ତି। ତେଣୁ ସ୍ଥାନୀୟ ଜନସାଧାରଣଙ୍କ ସୁରକ୍ଷା ପାଇଁ ବୁଧବାର ସକାଳ ୧୦ଟା ପର୍ଯ୍ୟନ୍ତ ଉକ୍ତ ଅଞ୍ଚଳକୁ ସମ୍ପୂର୍ଣ୍ଣ ଶଟ୍‌ଡାଉନ ଘୋଷଣା କରାଯାଇଛି। ନିୟମ ନ ମାନିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସରପଞ୍ଚ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri