Posted inRasifala

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ
କୃତିକାସ୍ଥ ରବି ହେତୁ ପ୍ରତ୍ୟେକ କାମଗୁଡିକ ଅତି ସହଜରେ ସମ୍ପନ୍ନ ହୋଇପାରିବ। ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବ୍ୟବସାୟ, ଶିଳ୍ପ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ।
ବୃଷ
ବୃଷ
ମଙ୍ଗଳ ନକ୍ଷତ୍ରରେ ଶୁକ୍ର ଯୋଗୁ ସ୍ବାସ୍ଥ୍ୟ ବିଭିନ୍ନ ପ୍ରକାରର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯିବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ଦ୍ୱନ୍ଦ୍ୱରେ ପଡି ବନ୍ଧୁମାନଙ୍କର କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡିପାରେ।
ସି˚ହ
ସି˚ହ
ଦେହ ଭଲ ରହିବ, ମାତ୍ର କର୍ମକ୍ଷେତ୍ରରେ କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିବେ। ପ୍ରତ୍ୟେକ ପ୍ରକାରର ପ୍ରତିଦ୍ୱନ୍ଦ୍ୱିିତା,ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅଫିସ୍‌ରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ ହେବେ।
କନ୍ୟା
କୌଣସି କାମ କରିବା ସକାଶେ ମନ ବଳାଇବେ। ଯାତ୍ରା କାଳରେ କୌଣସି ଖଳ ଲୋକମାନଙ୍କ କଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ। ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲିମକଦ୍ଦମାଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ପରିବାରରେ ବିରକ୍ତି ପ୍ରକାଶ କରି ବିଭିନ୍ନ ପ୍ରକାରର କଥା କହିବା କାରଣରୁ ବିବାଦ ବଢ଼ିପାରେ। ବନ୍ଧୁଙ୍କ ସହ ପୂର୍ବର ମତାନ୍ତରଜନିତ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ ନାହିଁ। ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ମଙ୍ଗଳ ଉଚ୍ଚସ୍ଥ ଯୋଗୁ ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଭଲ ସମ୍ପର୍କଥିବା ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ପାଖ ପଡୋଶୀମାନେ କିମ୍ବା ଈର୍ଷା ପରାୟଣ ବ୍ୟକ୍ତିମାନେ ପରୋକ୍ଷ ଶତ୍ରୁତା କରିପାରନ୍ତି।
ମକର
ମକର
ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ, ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇପାରନ୍ତି। ଅନ୍ୟ ମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
କୁମ୍ଭ
କୁମ୍ଭ
ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ବନ୍ଧୁଙ୍କ ମାଧ୍ୟମରେ ତାହା ଅତି ସୁବିଧାରେ ପାଇଯିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବନ୍ଧୁମାନଙ୍କ ସହ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବି ଚିନ୍ତି କାମ କରିବା ଭଲ ହେବ।
ମୀନମୀନ

ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପାରେ। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିବାର ଆଶଙ୍କା ରହିଛି। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୬ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା...

ରାଶିଫଳ: ରବିବାର , ମେ ୫ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ଭ୍ରାତୃବର୍ଗ କିମ୍ବା ଆମତ୍ୀୟଙ୍କ ସହ ବିରୋଧଭାବ ଉଦ୍ରେକ କରିବାର ସୂଚନା ଜାଣିପାରିବେ। କୃତ୍ତିକା ନକ୍ଷତ୍ରର...

ରାଶିଫଳ: ଶନିବାର, ମେ ୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁ ସମ୍ପର୍କହାନି, ସନ୍ତାନଙ୍କ ପାଇଁ ଦୁଶ୍ଚିନ୍ତା ଏବଂ କାମରେ ପ୍ରତିବନ୍ଧକ ଜନିତ ମନ ଅଶାନ୍ତ ରହିବ। ପୂର୍ବପ୍ରତିଷ୍ଠା, ସାମାଜିକ ସ୍ଥିତି, ଆତ୍ମୀୟଙ୍କ ସମର୍ଥନ...

ରାଶିଫଳ: ଶୁକ୍ରବାର, ମେ ୩ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ପାରିବାରିକ ଜୀବନକୁ ସୁନ୍ଦର ସାବଲୀଳ କରିବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ରହିଥିଲେ ମଧ୍ୟ ଉଦ୍ୟମ ନିଷ୍ଫଳ ହେବନାହିଁ।...

ରାଶିଫଳ: ଗୁରୁବାର, ମେ ୨ ତାରିଖ – Daily Horoscope

ମେଷ ଚନ୍ଦ୍ର ଧନିଷ୍ଠା ନକ୍ଷତ୍ରସ୍ଥ ଯୋଗୁ ପାରିବାରିକ ସମସ୍ୟା, ପରିବହନରେ ଝଗଡା ଏବଂ କର୍ମକ୍ଷେତ୍ରରେ ବିବାଦର ଆଶଙ୍କା ରହିଛି। ପିଲା ମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ...

ରାଶିଫଳ: ବୁଧବାର, ମେ ୧ ତାରିଖ – Daily Horoscope

ମେଷ ରାଶିରେ ରବିଙ୍କ ସହ ଗୁରୁ ଓ ଶୁକ୍ରଙ୍କ ସଂଯୋଗ କାର୍ଯ୍ୟସିଦ୍ଧି ସହ ସମ୍ମାନଜନକ ସ୍ଥିତିରେ ଅବସ୍ଥାପିତ କରିବ। ସାଂଗଠନିକ ସ୍ଥିତି ସୁଦୃଢ଼ ରହିବା ସହ...

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri