ମୁମ୍ବାଇରେ ଫସିଛନ୍ତି ୬୮ସଂସ୍କୃତ ଛାତ୍ରୀଛାତ୍ର

ଖୋର୍ଦ୍ଧା ଅଫିସ,୧୩ା୫: କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ମୁମ୍ବାଇ ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ(ଆରଏସଏସ) ବିଦ୍ୟା ବିହାରରେ ଫସି ରହିଥିବା ଓଡ଼ିଶାର ୬୮ଜଣ ସଂସ୍କୃତ ଛାତ୍ରୀଛାତ୍ର ଫେରିବା ଲାଗି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ଏକ ପତ୍ର ଲେଖିବା ସହ ସେମାନଙ୍କ ଫେରିବା ବ୍ୟବସ୍ଥା ଲାଗି ନିବେଦନ କରିଛନ୍ତି। ଅନ୍ୟପକ୍ଷେ ଏ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ପତ୍ରରେ ଦର୍ଶାଯାଇଛି ଯେ, ଓଡ଼ିଶାର ବିଭିନ୍ନ ଜିଲାର ୬୮ଜଣ ଛାତ୍ରୀଛାତ୍ର ମୁମ୍ବାଇସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ,ବିଦ୍ୟା ବିହାର କ୍ୟାମ୍ପସରେ ବିଏଡ୍‌ ବିଭାଗରେ ଅଧ୍ୟୟନ କରୁଛନ୍ତି। ଦ୍ୱିତୀୟ ବର୍ଷ ଅନ୍ତିମ ପରୀକ୍ଷା ଲାଗି ଅପେକ୍ଷା କରିଥିଲେ। କିନ୍ତୁ ଏହି ସମୟରେ କରୋନା ଲାଗି ଦେଶରେ ଲକ୍‌ଡାନ୍‌ ଜାରି କରାଯାଇଥିଲା। ଫଳରେ ଛାତ୍ରୀଛାତ୍ରମାନେ ଫେରିପାରି ନ ଥିଲେ। ରାଜ୍ୟକୁ ଫେରିବା ଲାଗି ସ୍ଥାନୀୟ ପୋଲିସ ଓ ପ୍ରଶାସନକୁ ଅନୁରୋଧ ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରାଗଲା ନାହିଁ। ଅନ୍ୟପଟେ ସମସ୍ତ ଛାତ୍ରୀଛାତ୍ର ଓଡ଼ିଶା ଏବଂ ମହାରାଷ୍ଟ୍ର ସରକାରଙ୍କ ଓ୍ବେବ ପୋର୍ଟାଲ ଜରିଆରେ ନାମ ପଞ୍ଜୀକରଣ କରିଛନ୍ତି। ଓଡ଼ିଶା ସରକାରଙ୍କ ହେଲ୍ପ ଲାଇନ ନମ୍ବରରେ ଯୋଗାଯୋଗ ସତ୍ତ୍ୱେ କୌଣସି ସୁଫଳ ମିଳି ନ ଥିବା ଛାତ୍ରୀଛାତ୍ରମାନେ ମନ୍ତ୍ରୀଙ୍କୁ ଲେଖିଥିବା ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri