କରୋନାରେ ଯୁବ ସୁମୋ ରେସଲର ମୃତ

ଟୋକିଓ,୧୩।୫(ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣରେ ଜାପାନର ଜଣେ ୨୮ ବର୍ଷୀୟ ସୁମୋ ରେସଲର କିୟୋଟାକା ସୁଏଟେକ ମୃତ୍ୟୁବରଣ କରିଛନ୍ତି। ଅବଶ୍ୟରେ ସେ ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିଲେ। ସୁମୋ ରେସଲିଂ ଭଳି ପୁରାତନ କ୍ରୀଡ଼ାର ପ୍ରଥମ ଖେଳାଳିଭାବେ ସେ ପ୍ରାଣ ହରାଇଛନ୍ତି ଜାପାନ ସୁମୋ ଆସୋସିଏଶନ (ଜେଏସ୍‌ଏ) ବୁଧବାର ଘୋଷଣା କରିଛି। ଶୋବୁସି ନାମରେ ଜଣାଶୁଣା ଥିବା ଏହି ରେସଲର ଗତମାସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଟୋକିଓର ଏକ ହସ୍ପିଟାଲରେ ସେ ମୃତ୍ୟୁବରଣ କରିଥିଲେ। ଟୋକିଓର ଟାକାଡାଗାଓ୍ବା ଷ୍ଟାବଲରେ ରୁହନ୍ତି। ଗତ ଏକମାସ ଧରି ସେ କରୋନା ଭାଇରସ ବିରୋଧରେ ସଂଗ୍ରାମ କରି ଆସୁଥିଲେ।
ଏପ୍ରିଲ ୪ ଓ ୫ ତାରିଖରେ ସେ ଜ୍ୱରରେ ପୀଡ଼ିତ ଥିଲେ। ଟୋକିଓ ହସ୍ପିଟାଲରେ ଭର୍ତ୍ତି ହେବାକୁ ପୂର୍ବରୁ ସେ ଏକାଧିକ ହସ୍ପିଟାଲକୁ ଯାଇଥିଲେ ଓ ତାଙ୍କୁ ଅଣଦେଖା କରାଯାଇଥିଲା। ରକ୍ତ ବାନ୍ତି କରିବା ପରେ ସେ ଏପ୍ରିଲା ୮ତାରିଖରେ ଟୋକିଓ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏପ୍ରିଲ ୧୦ ତାରିଖରେ ସେ କୋଭିଡ୍‌-୧୯ ପଜିଟିଭ ବୋଲି ଜଣାପଡିଥିଲା। ଏହାପରେ ତାଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇ ଆଇସିୟୁରେ ରଖାଯାଇଥିଲା। ତାଙ୍କ ଦେହାନ୍ତରେ ଜାପାନା କ୍ରୀଡ଼ା ଜଗତରେ ଶୋକର ଛାୟା ଖେଳିଯାଇଛି। ଜାପାନ ସୁମୋ ଆସୋସିଏଶନ ମଧ୍ୟ ଶୋକ ଜାହିର କରିଛି। ୨୦୦୭ରେ ଶୋବୁଶି ପେସାଦାର ସୁମୋ ରେସଲିଂରେ ପଦାର୍ପଣ କରିଥିଲେ। ସେ ର଼୍ୟାଙ୍କିଙ୍ଗ୍‌ରେ କ୍ୟାରିୟର ଶ୍ରେଷ୍ଠ ୧୧ତମ ସ୍ଥାନ ହାସଲ କରିଥିଲେ। କୋଭିଡ-୧୯ ମହାମାରୀରେ ଜାପାନରେ ୬୬୮ଜଣ ମୃତ୍ୟୁବରଣ କରିଥିବା ବେଳେ ୧୬,୦୦୦ ଜଣ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...

ଶରୀରର କେଉଁ କେଉଁ ଭାଗରେ ଥିବା କଳାଜାଇ ଖୋଲେ ପୂର୍ୱଜନ୍ମର ରହସ୍ୟ, ସତ ଜାଣିଲେ…

ଲୋକଙ୍କ ଶରୀରରେ ବାର୍ଥମାର୍କ ରହିଥାଏ। ଏହାକୁ ଏକ ସାଧାରଣ ଘଟଣା ବୋଲି ବିବେଚନା କରାଯାଏ, କିନ୍ତୁ ଏହି ଚିହ୍ନଗୁଡ଼ିକର ଜ୍ୟୋତିଷଶାସ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ଗୁରୁତ୍ୱ ରହିଛି। ଜଣେ...

IPL ୨୦୨୬ ନିଲାମ ପରେ ହଠାତ୍‌ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri