ଭୁବନେଶ୍ୱରରୁ ଗଡ଼ିଲା ବସ୍‌ ଓ ରେଳ

ଭୁବନେଶ୍ୱର, ୧୩ା୫(ବ୍ୟୁରୋ): ଦୀର୍ଘ ଦିନ ହେବ ବନ୍ଦଥିବା ବସ୍‌ ଓ ରେଳ ଚଳାଚଳ ବୁଧବାରଠାରୁ ପୁର୍ବବାର ଆରମ୍ଭ ହୋଇଛି। ୫୪୫ ଜଣ ଯାତ୍ରୀଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛି। ପୂର୍ବାହ୍ନ ୧୦ଟା ବେଳେ ଟ୍ରେନ୍‌ଟି ଭୁବନେଶ୍ୱର ରେଳ ଷ୍ଟେଶନରୁ ଯାତ୍ରା ଆରମ୍ଭ କରିଥିଲା। ଆସନ୍ତାକାଲି ୧୦ଟା ୪୫ରେ ନୂଆଦିଲ୍ଲୀରେ ପହଞ୍ଚିବ। ଟ୍ରେନଟି ଭୁବନେଶ୍ୱରରୁ ଯିବା ପୂର୍ବରୁ ଷ୍ଟେସନ୍‌ ପରିସରରେ ସୁରକ୍ଷା ବ୍ୟବସ୍ଥା ସହ ସାନିଟାଇଜେସନ୍‌  କରାଯାଇଥିଲା। ପ୍ଲାଟଫର୍ମକୁ ଯିବା ପୂର୍ବରୁ ଯାତ୍ରୀଙ୍କ ଥର୍ମାଲ ସ୍କାନିଂ କରାଯିବା ସହ ମାସ୍କ ଓ ସାମାଜିକ ଦୂରତା ବଜାୟ ରଖିବାକୁ ଷ୍ଟେଶନ କର୍ତ୍ତୃପକ୍ଷ ଗୁରୁତ୍ୱ ଦେଇଥିବା ଦେଖିବାକୁ ମିଳିଥିଲା। ଯାତ୍ରୀମାନେ ଟ୍ରେନ୍‌ରେ ଚଢ଼ିବା ପୂର୍ବରୁ ଟ୍ରେନ୍‌ଟି ବିଶୋଧନ କରାଯାଇଥିଲା। ସକାଳେ ଯାତାୟତ ସମୟରେ ରେଳ ଷ୍ଟେଶନରେ ହାଲୁକା ଭିଡ଼ ପରିଲିକ୍ଷିତ ହୋଇଥିଲା ସତ, କିନ୍ତୁ ଜିଆରପି ଥାନା ପୋଲିସ୍‌ କର୍ତ୍ତୃପକ୍ଷ ଲୋକଙ୍କ ଭିଡ଼ ନିୟନ୍ତ୍ରଣ କରିବା ସହ କିପରି ଶୃଙ୍ଖଳିତ ଭାବେ ଲୋକମାନେ ପ୍ଲାଟ୍‌ଫର୍ମକୁ ଯିବେ ସେନେଇ ବ୍ୟବସ୍ଥା କରାଯାଇଥିବା ଷ୍ଟେଶନ ନିର୍ଦ୍ଦେଶକ ଚିତ୍ତରଞ୍ଜନ ନାୟକ କହିଛନ୍ତି।
ଅନ୍ୟପକ୍ଷେ, ନୂଆଦିଲ୍ଲୀରୁ ଆସନ୍ତା କାଲି ସନ୍ଧ୍ୟା ୫ଟା ୫ରେ ନୂଆଦିଲ୍ଲୀ ଛାଡ଼ି ପରଦିନ ସନ୍ଧ୍ୟା ୫ଟା ୨୫ରେ ଭୁବନେଶ୍ୱରରେ ପହଞ୍ଚିବ ଟ୍ରେନ୍‌। ଏହି ଟ୍ରେନ ବାଲେଶ୍ୱର, ଖଡଗପୁରର ହିଜିଳି, ଟାଟା, ବୋକାରୋ ଏବଂ କାନପୁରରେ ଅଟକିବ। ଯେଉଁମାନେ ଆସିବେ ସେମାନେ ଗାଇଡ୍‌ଲାଇନ୍‌ ମାନିବାକୁ ବାଧ୍ୟ। ସଙ୍ଗରୋଧ ଓ ସାମାଜିକ ଦୂରତା ମାନିବା ସହ ପଞ୍ଜିକରଣ କରାଇବା ମୁଖ୍ୟ ଲକ୍ଷ୍ୟ ରହିଥିବା ଜଣାପଡ଼ିଛି। ଟ୍ରେନ ଯୋଗେ ପ୍ରାୟତଃ ଭିଆଇପି ଲୋକ ଆସୁଛନ୍ତି ତ ସେମାନେ ନିଜସ୍ବ ସୁବିଧାରେ ରହିବେ। ଯେଉଁମାନେ ଯାଇପାରିବେ ନାହିଁ ସେମାନଙ୍କ ପାଇଁ ସରକାର ବ୍ୟବସ୍ଥା କରିବେ। ଯେଉଁମାନେ ଅନ୍ୟ ରାଜ୍ୟରୁ ଆସୁଛନ୍ତି ସେମାନଙ୍କ ପାଇଁ ପଞ୍ଜିକରଣ ବାଧ୍ୟତାମୂଳକ କରାଯାଇଛି। ମିଳିଥିବା ସୂଚନା ମୂତାବକ, ଦେଶରେ ପ୍ରାଥମିକ ପର୍ଯ୍ୟାୟରେ ଦିଲ୍ଲୀରୁ ଭୁବନେଶ୍ୱର ସମେତ ଦେଶର ପ୍ରମୁଖ ସହରକୁ ୧୫ ଯୋଡ଼ା ଟ୍ରେନ୍‌ ଚାଲୁଛି। ଏଥିଲାଗି କେନ୍ଦ୍ର ଗୃହ ମନ୍ତ୍ରାଳୟ ନିର୍ଦ୍ଦେଶାବଳୀ ଜାରି କରିଥିବାବେଳେ କେବଳ କନଫର୍ମ ଇ-ଟିକେଟ ଥିବା ଯାତ୍ରୀଙ୍କୁ ଷ୍ଟେସନରେ ପ୍ରବେଶ ଅନୁମତି ମିଳୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri