Posted inଖେଳ

ଭାରତ ଓ ଶ୍ରୀଲଙ୍କା ଟୁର୍‌ ସମ୍ପର୍କରେ ନିଷ୍ପତ୍ତି ଚଳିତ ସପ୍ତାହରେ

କଲମ୍ବୋ, ୧୪ା୫(ପି.ଟି.): ଭାରତ ଓ ବାଂଲାଦେଶ କ୍ରିକେଟ ଦଳ ଚଳିତ ସପ୍ତାହର ପରବର୍ତ୍ତୀ ଭାଗରେ ଶ୍ରୀଲଙ୍କା ଗସ୍ତରେ ଯିବେ କି ନା ତାହା ଚଳିତ ସପ୍ତାହ ଶେଷ ଭାଗରେ ସ୍ପଷ୍ଟ ହେବ। କ୍ରିକେଟ ଶ୍ରୀଲଙ୍କା (ସିଏଲ୍‌ସି) ପକ୍ଷରୁ ବୁଧବାର ଏହା ପ୍ରକାଶ କରାଯାଇଛି। ଦୁଇ କ୍ରିକେଟ ବୋର୍ଡ (ବିସିସିଆଇ ଓ ବିସିବି) କରୋନାଭାଇରସ୍‌ ଜନିତ ପରିସ୍ଥିତିର ଅନୁଧ୍ୟାନ ପାଇଁ ମେ ୧୫ ତାରିଖ ପର୍ଯ୍ୟନ୍ତ ସମୟ ନେଇଛନ୍ତି। ଚଳିତ ସପ୍ତାହ ଶେଷ ସୁଦ୍ଧା ଆମେ ମିଳିତ ଭାବେ ଯାହା ନିଷ୍ପତ୍ତି ନେବୁ ବୋଲି ଏସ୍‌ଏଲସି ମୁଖ୍ୟ କାର୍ଯ୍ୟନିର୍ବାହୀ ଆଶ୍‌ଲେ ଡି’ ସିଲ୍‌ଭା ପ୍ରକାଶ କରିଛନ୍ତି। ଭାରତ ଜୁନ୍‌-ଜୁଲାଇରେ ଶ୍ରୀଲଙ୍କା ଟୁର୍‌ରେ ଯାଇ ସେଠାରେ ୩ ଅନ୍ତର୍ଜାତୀୟ ଦିନିକିଆ ଏବଂ ସମାନ ସଂଖ୍ୟକ ଟି୨୦ ମ୍ୟାଚ ଖେଳିବାର କାର୍ଯ୍ୟକ୍ରମ ରହିଛି। ସେହିପରି ବାଂଲାଦେଶ ଜୁଲାଇ-ଅଗଷ୍ଟରେ ଶ୍ରୀଲଙ୍କା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଦଳ ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ର ଅଂଶବିଶେଷ ସ୍ବରୂପ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଯଦି ଶ୍ରୀଲଙ୍କା ସିରିଜ କାର୍ଯ୍ୟକାରୀ ନ ହୁଏ ତେବେ କୋଭିଡ୍‌-୧୯ ମହାମାରୀ କାରଣରୁ ଶ୍ରୀଲଙ୍କାର ତୃତୀୟ ଘରୋଇ ସିରିଜ ବାତିଲ ହେବ। ପୂର୍ବରୁ ଇଂଲଣ୍ଡ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ଲାଗି ଶ୍ରୀଲଙ୍କା ଗସ୍ତରେ ଯାଇଥିଲା। ମାତ୍ର ମହାମାରୀ ଯୋଗୁ ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ ମଧ୍ୟ ଭାଗରୁ ଟୁର୍‌କୁ ବାତିଲ କରାଯାଇଥିଲା। କରୋନା ଭାଇରସ ସଂକ୍ରମଣକୁ ରୋକିବା ଲାଗି ଶ୍ରୀଲଙ୍କାରେ ମାର୍ଚ୍ଚ ୨୦ରୁ ଲକ୍‌ଡାଉନ୍‌ ଲାଗୁ କରାଯାଇଥିଲା। ଚଳିତ ସପ୍ତାହରେ ଏଥିରେ କୋହଳ କରାଯାଇଛି। ଶ୍ରୀଲଙ୍କାରେ ଏପର୍ଯ୍ୟନ୍ତ ସୁଦ୍ଧା ୮୭୫ କରୋନାଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଥିବାବେଳେ ୯ଜଣ ମୃତ୍ୟୁ ବରଣ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ...

ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍‌: ହାସଲ କଲେ ବଡ଼ ଉପଲବ୍ଧି

ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri