ବଲାଙ୍ଗୀରରେ ପହଞ୍ଚିବେ ପ୍ରବାସୀ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବଲାଙ୍ଗୀର,୧୪ା୫: ବଲାଙ୍ଗୀର ରେଲ୍‌ୱେ ଷ୍ଟେଶନରେ ଗୁରୁବାର ମଧ୍ୟାହ୍ନରେ ତାମିଲନାଡୁର ତିରୁପୁରରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିବ। ଏହି ଟ୍ରେନରେ ଆସୁଥିବା ପ୍ରବାସୀଙ୍କ ସୁବିଧାଜନକ ଆଗମନ ଓ ପ୍ରତ୍ୟାଗମନ ପାଇଁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇ ସହରର କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି। ସକାଳ ୯ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ। ରେଲ୍‌ୱେ ଷ୍ଟେଶନ, ସାଲେପାଲି ଗାଁ, ରେଲୱେ ଷ୍ଟେଶନରୁ ସାଲେପାଲି, ଆରଟିଓ ଅଫିସ ରିଙ୍ଗ ରୋଡ୍‌ ଦେଇ ଟିଟିଲାଗଡ଼ ରୋଡ୍‌, ଆରଟିଓ ଛକରୁ ମହିଳା ମହାବିଦ୍ୟାଳୟ ଛକ ଦେଇ କଲେଜ ଛକ, ରେଲ୍‌ୱେ ଷ୍ଟେଶନ ଛକରୁ ସୁଦପଡା ଦେଇ ବେହେରାପାଲି ରେଲୱେ ଓଭର ବ୍ରିଜ, ବେହେରାପାଲି ଛକରୁ ଏନ୍‌ଏଚ ଅଫିସ ଛକରେ କର୍ଫ୍ୟୁ ଓ ୧୪୪ ଧାରା ଜାରି କରାଯାଇଛି। ପୋଲିସ ବାହିନୀ ସମସ୍ତ ଅଞ୍ଚଳକୁ ସୁରକ୍ଷା ବଳୟ ରଖିଛନ୍ତି। ଜିଲାପାଳ, ଏସ୍‌ପି ଓ ଅନ୍ୟ ଅଧିକାରୀମାନେ ସମସ୍ତ ବ୍ୟବସ୍ଥା ତଦାରଖ କରୁଛନ୍ତି । ଅପରାହ୍ନରେ ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ବଲାଙ୍ଗୀର ରେଲ୍‌ୱେ ଷ୍ଟେଶନରେ ପହଞ୍ଚିବ। ତେବେ ଏନେଇ ସ୍ପଷ୍ଟ ସମୟ ଜଣାପଡ଼ିନାହିଁ । ଏହି ଟ୍ରେନ ଆସିବା ସ୍ପଷ୍ଟ ହେଲେ କର୍ଫ୍ୟୁ ଅବଧି ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri