ଦାରିଙ୍ଗବାଡ଼ିକୁ ଫେରିଲେ ୨୯ ପ୍ରବାସୀ: ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ବୁଧବାର ବିଳମ୍ବିତ ରାତିରେ ୨୯ ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ସ୍ଥାନୀୟ ବିଡିଓ ଡ.ଜଗଦିଶ ଷଡ଼ଙ୍ଗୀ, ତହସିଲଦାର ନିତିଶ କୁମାର ତ୍ରିପାଠୀ, ଆଇଆଇସି କୌଶିକ ମାଝୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଆମ୍ବେଦକର ମହାବିଦ୍ୟାଳୟର ଛାତ୍ରାବାସରେ କରାଯାଇଥିବା ସଂଘରୋଧ ଗୃହରେ ରଖିଛନ୍ତି। ସମସ୍ତ ପ୍ରବାସୀଙ୍କ ଘର କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଛି। ବିଭିନ୍ନ ରାଜ୍ୟରୁ ଉକ୍ତ ପ୍ରବାସୀମାନେ ଫେରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ସେହିପରି ସମସ୍ତ ପ୍ରବାସୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରଶାସକ ଡାକ୍ତର ବଂଶୀଧର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri