ବାତ୍ୟା: ୧୮ରୁ ଉପକୂଳରେ ବର୍ଷା, ପବନ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ଝଡ଼ରେ ପରିଣତ ହେବ । ସମୁଦ୍ର ମଧ୍ୟରେ ଅଧିକ ସମୟ ରହୁଥିବାରୁ ବାତ୍ୟା ଆହୁରି ଅଧିକ ବଳ ଗୋଟାଇ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି । ପ୍ରଥମେ ଏହା ପଶ୍ଚିମ ଉତ୍ତର-ଉତ୍ତର- ପଶ୍ଚିମ ଦିଗ ଦେଇ ଗତି କରିବ। ଏହା ପରେ ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୮ ତାରିଖ ମଧ୍ୟାହ୍ନରୁ ପୁରୀ, ଗଞ୍ଜାମ, ଗଜପତି, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ଆରମ୍ଭ ହେବ। ମେ ୧୯ରେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଉପକୂଳରେ ଘଣ୍ଟାକୁ ୭୦ରୁ ୮୦ କି.ମି. ବେଗରେ ପବନ ବହିବ। ତେବେ ୧୫ ତାରିଖରୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବ। ସେହିପରି ୧୬ ତାରିଖରୁ ପବନର ବେଗ ୫୫ରୁ ୬୮ ଏବଂ ବେଳେ ବେଳେ ୭୫ କି.ମି. ବେଗରେ ବହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୧୭ ଓ ୧୮ ତାରିଖରେ ପବନ ୭୦ରୁ ୮୦ ଓ ବେଳେ ବେଳେ ୯୦ କି.ମି. ବେଗରେ ବହିବ। ଶୁକ୍ରବାର ଠାରୁ ମତ୍ସ୍ୟଜୀବୀମାନେ ଗଭୀର ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଇଛନ୍ତି ସେମାନେ ତୁରନ୍ତ ଫେରି ଆସିବାକୁ କୁହାଯାଇଛି।
ତେବେ ଓଡ଼ିଶା ଉପରେ କି ପ୍ରଭାବ ପଡ଼ିବ ସେ ନେଇ ପାଣିପାଗ ବିଭାଗ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରି ନାହିଁ। କେତେକ ପାଣିପାଗ ମଡେଲ ବାତ୍ୟା ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଦେଇ ଅତିକ୍ରମ କରିବ ବୋଲି ଆକଳନ କରୁଥିବା ବେଳେ ଆଉ କେତେକ ମଡେଲ ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ ବୋଲି କୁହାଯାଉଛି। ତେବେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ବାତ୍ୟାର ରୂପରେଖ ଓ ଗତି ବିଷୟରେ ସ୍ପଷ୍ଟ ସୂଚନା ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ବାତ୍ୟା ଦାନା ବାନ୍ଧୁଥିବାରୁ ରାଜ୍ୟରେ ତାତି ବଢିଛି। ରାଜ୍ୟର ୭ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ୍‌ ଉପରକୁ ଉଠିଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୧.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ତାଳଚେର ୪୨.୧, ସମ୍ବଲପୁର ୪୦.୫, ଭବାନୀପାଟଣା ୪୦.୭, ବଲାଙ୍ଗୀର ୪୦.୫, ମାଲକାନଗିରି ୪୧, ପାରଳାଖେମୁଣ୍ଡି ୪୦.୭, ଅନୁଗୋଳ ୩୯.୭, ଝାରସୁଗୁଡା ୩୯.୨, ହୀରାକୁଦ ୩୯.୮ ଏବଂ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୯.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri