Posted inରାଜ୍ୟ

ଆସୁଛି ବାତ୍ୟା: ଉତ୍ତର ଓଡ଼ିଶା ପ୍ରଭାବିତ ହେବା ସମ୍ଭାବନା, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ୧୬ ତାରିଖ ସନ୍ଧ୍ୟା ସୁଧା ଏହା ବାତ୍ୟାରେ ପରିଣତ ହେବ। ୧୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୧୯ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ୭୦ରୁ ୮୦ କି.ମି. ବେଗରେ ପବନ ବହିବାର ସମ୍ଭବନା ରହିଛି। ୧୫ ତାରିଖଠାରୁ ମତ୍ସ୍ୟଜୀବୀମାନଙ୍କୁ ସମୂଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହି ବାତ୍ୟା ଅଧିକ ଘନୀଭୂତ ହୋଇ ଭୟଙ୍କର ସାମୂଦ୍ରୀକ ଝଡ଼ରେ ପରିଣତ ହେବ ବୋଲି ପାଣିବପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ପ୍ରଥମେ ଉତ୍ତର, ଉତ୍ତର ପଶ୍ଚିମ ଦେଇ ଗତି କରିବ। ଏହା ପରେ ଗତି ବଦଳାଇ ଉତ୍ତର, ଉତ୍ତର ପୂର୍ବ ଦିଗକୁ ଗତି କରିବ। ସମ୍ଭାବ୍ୟ ବାତ୍ୟା ଉତ୍ତର ଓଡ଼ିଶାର କେତେକ ଜିଲାକୁ ପ୍ରଭାବିତ କରିବା ଅଶଙ୍କା ରହିଛି। ବିଶେଷକରି ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲାରେ ବାତ୍ୟାର ପ୍ରକୋପ ଅନୁଭନ ହେବ ବୋଲି ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଉତ୍ତର ଓଡ଼ିଶାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ ପ୍ରସ୍ତୁତ ରଖିବା ସହିତ ଲୋକମାନଙ୍କୁ ଏ ଦିଗରେ ସଚେତନ କରିବା ଲାଗି ପଦକ୍ଷେପ ନେବା ସକାଶେ ପରାମର୍ଶ ଦିଆଯାଇଥିବା ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri