୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୧୪୩୯ ପ୍ରବାସୀ

ବାଲେଶ୍ୱର ଅଫିସ, ୧୫।୫: ଆନ୍ଧ୍ରପ୍ରଦେଶ, ଗୁଜରାଟ ଓ ହାଇଦ୍ରାବାଦ୍‌ରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୧୪୩୯ ପ୍ରବାସୀ ଶୁକ୍ରବାର ବାଲେଶ୍ୱର ରେଳଷ୍ଟେଶନରେ ଓହ୍ଳାଇଛନ୍ତି। ସମସ୍ତେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରବାସୀଙ୍କ ଥର୍ମାଲ ଟେଷ୍ଟ କରାଯାଉଥିବା ବେଳେ ବାଲେଶ୍ୱରର ସମସ୍ତ ପ୍ରବାସୀ ଓଡ଼ିଆଙ୍କ ପାଇଁ ଷ୍ଟେଶନର ପୂର୍ବପଟେ ପଞ୍ଜିକୃତ ଏବଂ ପ୍ରତୀକ୍ଷାଳୟ ବ୍ୟବସ୍ଥା କରାଯାଇଛି। ସେହିପରି ମୟୂରଭଞ୍ଜ ଜିଲାର ପ୍ରବାସୀ ଓଡ଼ିଆଙ୍କ ପାଇଁ ଷ୍ଟେଶନର ପଶ୍ଚିମପଟେ କାଉଣ୍ଟର କରାଯାଇ ପଞ୍ଜିକୃତ ଏବଂ ପ୍ରତୀକ୍ଷାଳୟର ବ୍ୟବସ୍ଥା କରାଯାଇଛି। ପରିବହନ ବିଭାଗ ପକ୍ଷରୁ ବସ୍‌ ବ୍ୟବସ୍ଥା କରାଯାଇ ସେମାନଙ୍କୁ ନିଜ ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଛଡାଯାଉଛି। ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ତତ୍ତ୍ୱାବଧାନରେ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର, ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା, ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ କୁମାର ସାହୁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ ଓ ଅନ୍ୟ ଅଧିକାରୀମାନେ ପ୍ରବାସୀ ଓଡ଼ିଆଙ୍କୁ ସ୍ବାଗତ କରି ସମସ୍ତ ନିୟମାବଳୀ ସମ୍ପର୍କରେ ସୂଚନା ଦେଇଥିଲେ। ଏସ୍‌ପି ବି. ଯୁଗଳ କିଶୋରଙ୍କ ତତ୍ତ୍ୱାବଧାନରେ ୩ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୫ ଜଣ ଅଧିକାରୀ ସୁରକ୍ଷା ଓ ଶାନ୍ତିଶୃଙ୍ଖଳାରେ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri