ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ

ଜେନାପୁର/ଧର୍ମଶାଳା, ୧୫।୫ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅଧୀନ କବାଟବନ୍ଧ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଜଣେ ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଜେନାପୁର ଥାନା ଅଧୀନ ବଳଭଦ୍ରପୁର ଗ୍ରାମର ପ୍ରଫୁଲ୍ଲ ବେହେରାଙ୍କ ସ୍ତ୍ରୀ ପଦ୍ମାବତୀ ବେହେରା। ପଦ୍ମାବତୀଙ୍କୁ ଶାଶୁଘର ଲୋକେ ଯୌତୁକ ପାଇଁ ହତ୍ୟା କରିଥିବା ତାଙ୍କ ଭାଇ ପ୍ରମୋଦ ରାଉଳ ଥାନାରେ ଅଭିଯୋଗ କରିଛନ୍ତି। ୩ବର୍ଷ ପୂର୍ବେ ପଦ୍ମାବତୀ ବଳଭଦ୍ରପୁରର ପ୍ରଫୁଲ୍ଲଙ୍କୁ ବିବାହ କରିଥିଲେ। ଏହାପରେ ବିଭିନ୍ନ ସମୟରେ ଶାଶୁଘର ଲୋକେ ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ତେବେ ସେମାନେ ହିଁ ପଦ୍ମାବତୀଙ୍କୁ ହତ୍ୟା କରିଥିବା ପ୍ରମୋଦ ଏତଲାରେ ଦର୍ଶାଇଛନ୍ତି। ଏ ନେଇ ୧୪୦/୨୦ ନଂ.ରେ ମାମଲା ରୁଜୁ କରାଯାଇ ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଜପୁର ଟାଉନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିବା ପୋଲିସ ସୂତ୍ରରୁ ପ୍ରକାଶ। ଅନ୍ୟପଟେ ପୋଲିସ ପ୍ରଫୁଲ୍ଲ ଓ ତାଙ୍କ ସାନ ଭାଇଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ଶାଶୁଘର ଲୋକଙ୍କ କହିବା ଅନୁସାରେ, ପଦ୍ମାବତୀଙ୍କ ଦେହ ଅସୁସ୍ଥ ହେବାରୁ ସେମାନେ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ମାତ୍ର ଆମ୍ବୁଲାନ୍ସ ଆସିବାରେ ବିଳମ୍ବ ହେବାରୁ ପ୍ରାଇଭେଟ ଗାଡ଼ି ଯୋଗାଡ଼ ପାଇଁ ଚେଷ୍ଟା କରିଥିଲେ। ହେଳେ ଲକ୍‌ଡାଉନ୍‌ ସକାଶେ ଗାଡ଼ି ନ ମିଳିବାରୁ ପ୍ରଫୁଲ୍ଲ ଓ ତାଙ୍କ ଭାଇ ପଦ୍ମାବତୀଙ୍କୁ ବାଇକ୍‌ରେ କବାଟବନ୍ଧ ପ୍ରାଥମିକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri