ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ

ବଲାଙ୍ଗୀର ଅଫିସ, ୧୬ା୫-ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଡ଼େଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନିର୍ମିତ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି। ଶନିବାର ଅପରାହ୍ନ ପ୍ରାୟ ୪ଟାରେ କେନ୍ଦ୍ରରେ ହଠାତ୍‌ ନିଆଁ ଲାଗ ପାଣି ଉଠାଇବା ମୋଟର, ବିଦ୍ୟୁତ୍‌ ବୋର୍ଡ଼, ୱେୟାରିଂ ତାର ସହ ସ୍କୁଲର ବହୁ କାଗଜପତ୍ର ଜଳିିଯାଇଛି। ଉକ୍ତ କେନ୍ଦ୍ରରେ ଥିବା ୧୨ଜଣ ପ୍ରବାସୀ ଅନ୍ୟ ଏକ କୋଠରୀରେ ରହୁଥିବାରୁ ଏକ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଖବର ପାଇ ସଙ୍ଗରୋଧ କେନ୍ଦ୍ରର ନୋଡ଼ାଲ ଅଧିକାରୀ ଅକ୍ଷୟ ମହାନ୍ତି, ସରପଞ୍ଚ ଜେମାମଣୀ ମଲ୍ଲିକ, ନିର୍ବାହୀ ଅଧିକାରୀ ଖଗେଶ୍ୱର କମ୍ପ ଘଟଣାସ୍ଥଳରେ ପହଞ୍ଚି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨(ସୁନିଲ କୁମାର ମହାନ୍ତି): ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri