ଆମେ ଘରକୁ ଫେରିବାକୁ ଚାହୁଁଛୁ

ଘଣ୍ଟାପଡା,୧୬।୫ (ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ରୁଣ୍ଡିମହୁଲ ପଞ୍ଚାୟତର ଶୂଳିଆ, ନୂଆପାଲି ସମେତ ଆଖପାଖ ଗାଁ ଗୁଡିକର ଅନେକ ଲୋକ ତାମିଲନାଡୁରେ କାମ କରୁଛନ୍ତି। ହେଲେ ଲକଡାଉନ୍‌ ଯୋଗୁ କାମ ବନ୍ଦ ହୋଇଯିବାରୁ ଏମାନେ କାମ କାମରୁଥିବା କମ୍ପାନୀରେ ଫସି ରହଛନ୍ତି। ଓଡିଶାକୁ ଫେରିବା ପାଇଁ ଏମାନଙ୍କ ପରିବାର ପକ୍ଷରୁ ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରାଯାଇଛି। ହେଲେ ସରକାରଙ୍କ ପକ୍ଷରୁ କୌଣସି ଉତ୍ତର ମିଳିନି। ଅନ୍ୟପଟେ କମ୍ପାନୀ ମାଲିକ ଏମାନଙ୍କୁ ବାହାର କରି ଦେଇଥିଲେ। ଏମାନେ ଚାଲି ଚାଲି ରାସ୍ତାରେ ଆସୁଥିବା ବେଳେ ପୋଲିସ ଡାକି ନେଇ ପୁଣି ସେହି କମ୍ପାନୀରେ ଥଇଥାନ କରିଛି। ଦିନ ମଜୁରିଆ ଭାବେ କାମ କରୁଥିବା ଏହି ଶ୍ରମିକଙ୍କ ପାଖରେ ଚଳିବାକୁ ଟଙ୍କା ନାହିଁ। ଏମାନଙ୍କ ସହ ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ, ସମ୍ବଲପୁର ଆଦି ଜଲାର ମିଶି ପ୍ରାୟ ୩୦ଜଣ ଶ୍ରମିକ ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ ଫେରି ପାରୁନାହାନ୍ତି। ସେମାନଙ୍କୁ ଫେରାଇନେବା ପାଇଁ ଶ୍ରମିକମାନେ ଏକ ଭିଡିଓ ଜରିଆରେ ନିବେଦନ କରିଛନ୍ତି। ସେମାନେ ସେଠାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଜଣାଇଛନ୍ତି। ଅବଶ୍ୟ ଜିଲା ପ୍ରଶାସନର କାନରେ ଏହି ଖବର ପଡ଼ିଛି। ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏମାନଙ୍କୁ ଫେରାଇ ଅଣାଯିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri