ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ବାଲିପୁଟ ପଞ୍ଚାୟତ ୩୬ ଘଣ୍ଟା ଶଟ୍‌ଡାଉନ

ପୁରୀ ଅଫିସ,୧୮ା୫: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦତ୍ତ ଜିଲାପାଳ କ୍ଷମତାକୁ ପୁରୀ ଜିଲାର ପ୍ରଥମ ସରପଞ୍ଚ ଭାବେ ସଦର ବ୍ଲକ ବାଲିପୁଟର ମଧୁଛନ୍ଦା ଫାରାକ୍‌ ପ୍ରୟୋଗ କରିଛନ୍ତି। ବାଲିପୁଟ ପଞ୍ଚାୟତକୁ କରୋନାମୁକ୍ତ ରଖିବା ଲାଗି ସେ ରବିବାର ପଞ୍ଚାୟତକୁ ଶଟ୍‌ଡାଉନ୍‌ କରିଥିବା ବେଳେ ୬ଟି ୱାର୍ଡ(ବାଲିପୁଟ, ବେତାଳ, ପୋଡ଼ପଡ଼ା, କଣ୍ଟାପଡ଼ା, ବିଲିବେହେରା ସାହି, ପୋଡାପଲ୍ଲୀ)କୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି। ସୋମବାର ସକାଳ ୬ଟାରୁ ଏହା ୩୬ ଘଣ୍ଟା ଅର୍ଥାତ୍‌ ୧୯ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଲାଗୁ ହେବ ବୋଲି ସରପଞ୍ଚ ଫାରାକ୍‌ କହିଛନ୍ତି।
ଫାରାକ୍‌ଙ୍କ ସୂଚନା ମୁତାବକ, ବାଲିପୁଟ ପଞ୍ଚାୟତ, ସତ୍ୟବାଦୀ ବ୍ଲକର ମହୁରା ପଞ୍ଚାୟତ ଏବଂ ଗୋପ ବ୍ଲକର ଡଭାର ପଞ୍ଚାୟତ ସୀମାନ୍ତରେ ଅବସ୍ଥିତ। ମହୁରା ଓ ଡଭାର ପଞ୍ଚାୟତରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେଣୁ ବାଲିପୁଟ ପଞ୍ଚାୟତର ପିଏନ୍‌ବି ବ୍ୟାଙ୍କ, ପୁରୀ ସଦର ବ୍ଲକର ଶାସ୍ତ୍ରୀ ସ୍ମୃତି ମହାବିଦ୍ୟାଳୟ ଏବଂ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଥିବାରୁ କରୋନା ଭାଇରସ୍‌ ସଂକ୍ରମଣ ପ୍ରଭାବକୁ ଏଡାଇବା ପାଇଁ ବାଲିପୁଟ ପଞ୍ଚାୟତକୁ ୩୬ ଘଣ୍ଟା ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ସରପଞ୍ଚ ସାମାଜିକ ଦୂରତ୍ୱ ରକ୍ଷା କରି ଗ୍ରାମସଭା ଆୟୋଜନ କରି ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ନିଷ୍ପତ୍ତିର ଆବଶ୍ୟକ ପରିବର୍ତ୍ତନ କରାଯାଇପାରେ ବୋଲି ସରପଞ୍ଚ ଜଣାଇଛନ୍ତି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଏବଂ ଔଷଧ ଦୋକାନ ଖୋଲା ରହିବ। ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ ବୋଲି ସରପଞ୍ଚ ଫାରାକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri