ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ବାତ୍ୟା ଅମ୍ଫନ: ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ବହିବା ସହ ହେବ ପ୍ରବଳ ବର୍ଷା; ସୂଚନା ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଘଣ୍ଟାକୁ ୧୫ କିମି ବେଗରେ ଗତି କରୁଛି ବାତ୍ୟା ‘ଅମ୍ଫନ’। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କହିବାନୁସାରେ ପୂର୍ବ ନିର୍ଦ୍ଧାରିତ ପଥରେ ଗତି କରୁଛି ଅମ୍ଫନ। ଏ ନେଇ ଏସ୍‌ଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ତାଙ୍କ କହିବା ଅନୁଯାୟୀ, ବୁଧବାର ଅପରାହ୍ନରୁ ସନ୍ଧ୍ୟା ଭିତରେ ଦୀଘା-ହାତିଆ ମଝିରେ ଥିବା ସୁନ୍ଦରବନରେ ସ୍ଥଳଭାଗ ଛୁଇଁବ ବାତ୍ୟା। ଫଳରେ ଉତ୍ତର ଓ ଉପକୂଳ ଉଡ଼ିଶାରେ ପ୍ରବଳ ବର୍ଷା ହେବ। ୧୧୦ରୁ ୧୨୦ କିମି ବେଗରେ ପବନ ବହିବ। ସ୍ଥଳ ବିଶେଷରେ ୧୩୫ କିମି ହୋଇପାରେ। ଏ ନେଇ କିଛି ଜିଲାରେ ଲୋକଙ୍କୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଜପତିରେ ଭୂସ୍ଖଳନ ଆଶଙ୍କାରେ କିଛି ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଓଡ଼ିଶା ଉପକୂଳରେ ଆକସ୍ମିକ ଜୁଆର ମାଡ଼ିବା ସମ୍ଭାବନା ନାହିଁ। ଏଯାବତ୍‌ ମୋଟ ୧୩ଟି ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫ୍‌ ଟିମ୍‌ ନିୟୋଜିତ କରାଯାଇଛି। ଆମପାଖରେ ୫ଟି ଏନ୍‌ଡିଆର୍‌ଏଫ୍‌ ଓ ୫ଟି ଓଡ୍ରାଫ୍‌ ଟିମ୍‌ ରିଜର୍ଭ ରହିଛି ବୋଲି ଏସ୍‌ଆର୍‌ସି କହିଛନ୍ତି। ଜଳ ସମ୍ପଦ, ପୂର୍ତ୍ତ, ଶକ୍ତି ବିଭାଗକୁ ନେଇ ରାପିଡ୍‌ ରେସପନ୍ସ ଟିମ୍‌ ଗଠିତ ହୋଇଛି। ପାନୀୟ ଜଳ ଯୋଗାଣ ପାଇ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଆଜି ସଂନ୍ଧ୍ୟା ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତରଣ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ପରିସ୍ଥିତି ଦେଖି ଲୋକଙ୍କୁ ସତର୍କ ମେସେଜ ଦିଆଯିବ। ସାଇରନ ବାଜିବ ବୋଲି ଏସ୍‌ଆରସି ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ହେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri