ଝଡ଼ ଆଳରେ ଶତାଧିକ ଗଛ କାଟିନେଲେ ଗ୍ରାମବାସୀ

ଖଇରା,୨୨।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମ ନିଟଟସ୍ଥ ଗୋରୁହାଟ ଚାଲୁଥିବା ଗ୍ରାମ୍ୟ ଜଙ୍ଗଲରୁ ନିକଟସ୍ଥ ଗ୍ରାମବାସୀମାନେ ବୁଧବାର ରାତିରେ ଶହ ଶହ ସଂଖ୍ୟାର ଗଛ କାଟି ନେଇଛନ୍ତି। ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ଗୁରୁବାର ପୁର୍ବାହ୍ନରେ ଖବର ପାଇ ଖଇରା ଅତିରିକ୍ତ ତହସିଲଦାର ବିଭାସ ରଞ୍ଜନ ପାଣିଗ୍ରାହୀ,ଡୁଙ୍ଗୁରା ରାଜସ୍ବ ନିରୀକ୍ଷକ ବସନ୍ତ ପାତ୍ର, ଖଇରା ରାଜସ୍ବ ନିରୀକ୍ଷକ କାଳିଚରଣ ମାଝୀ ପ୍ରମୁଖ ଘଟଣା ସ୍ଥଳକୁ ଯାଇ ୧୭ରୁ ଊର୍ଦ୍ଧ୍ୱ ଆକାଶିଆ ଗଛ ଜବତ କରି ତହସିଲକୁ ଆଣିଛନ୍ତି। ଝଡ ତୋଫାନକୁ ମଉକା କରି ଗ୍ରାମବାସୀ ମାନେ ବହୁ ସଂଖ୍ୟାରେ ଗଛ କାଟି ଘରକୁ ବୋହି ନେଇଥିଲେ। ଏ ସମ୍ପର୍କରେ ଖଇରା ଆରଆଇ କାଳିଚରଣ ମାଝୀଙ୍କୁ ପଚାରିବାରୁ ଗ୍ରାମବାସୀଙ୍କ ଠାରୁ ଲିଖିତ ଅଭିଯୋଗ ମିଳିବା ପରେ ଗ୍ରାମବାସୀ ମହଜୁଦ ରଖିଥିବା କାଠଗଣ୍ଡିକୁ ଜବତ କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି।...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri