Posted inଜାତୀୟ

ପଶ୍ଚିମବଙ୍ଗରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ:ଡାକ୍ତର ଆନ୍ଦୋଳନରୁ ତେଜିଲା ରାଜନୀତି

କୋଲକାତା,୧୪ା୬( ଆଇଏଏନ୍‌ଏସ୍‌):ପଶ୍ଚିମବଙ୍ଗର ଏକ ସରକାରୀ ହସ୍ପିଟାଲରେ ହିଂସା ପରେ ୩ ଦିନ ଧରି ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନ ରାଜନୈତିକ ରୂପ ନେଇଛି। ମୁଖ୍ୟମନ୍ତ୍ରୀ ମମତା ବାଜାର୍ନୀ ଏହାକୁ ଭାଜପା ଏବଂ ବାମଦଳଗୁଡ଼ିକର ଷଡ଼ଯନ୍ତ୍ରର ପରିଣାମ ବୋଲି ଅଭିହିତ କରିଥିବାବେଳେ ଗୈରିକ ଦଳ ଏଥିପାଇଁ ଓଲଟା ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଦାୟୀ କରିଛି। ଡାକ୍ତରଙ୍କୁ ଆକ୍ରମଣ କରିଥିବା ଦୁର୍ବୃତ୍ତମାନେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର। ମମତା ଭୋଟ ବ୍ୟାଙ୍କ ରାଜନୀତି ପାଇଁ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି ବୋଲି ବରିଷ୍ଠ ଭାଜପା ନେତା ମୁକୁଲ ରୟ ଅଭିଯୋଗ ଆଣିଛନ୍ତି। ସେପଟେ ସୁରକ୍ଷା ଦାବିରେ ଅଡ଼ିବସିଥିବା ଆନ୍ଦୋଳନରତ ଡାକ୍ତରମାନେ ମମତାଙ୍କ ମହଲତକୁ ବେଖାତିର କରି କାର୍ଯ୍ୟରେ ଯୋଗଦେଇ ନ ଥିବାରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇଛି।
ଆରମ୍ଭ ହୋଇଥିଲା ସୋମବାର। କୋଲକାତାସ୍ଥିତ ନୀଲରତନ ସିରକାର (ଏନ୍‌ଆର୍‌ସି) ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଜଣେ ୭୫ ବର୍ଷୀୟ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ରୋଗୀଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ୨ ଜୁନିୟର ଡାକ୍ତରଙ୍କ ଉପରେ ଆକ୍ରମଣ କରିଥିଲେ। ଏଥିରେ ଜଣେ ଡାକ୍ତର ଗୁରୁତର ଆହତ ହୋଇଥିଲେ। ଏହାର ଦିନକ ପରେ ସାରା ରାଜ୍ୟର ଡାକ୍ତରମାନେ ସୁରକ୍ଷା ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲେ, ଯାହାକି ଅଦ୍ୟାବଧି ଜାରି ରହିଛି। ଫଳରେ ୩ ଦିନ ହେଲା ରାଜ୍ୟରେ ସ୍ବାସ୍ଥ୍ୟ ସେବା ବାଧାପ୍ରାପ୍ତ ହୋଇଛି। ହସ୍ପିଟାଲଗୁଡ଼ିକରେ ରୋଗୀମାନେ ବିନା ଚିକିତ୍ସାରେ ପଡ଼ିରହିଛନ୍ତି। ଭାଜପା ରାଜ୍ୟ ସଭାପତି ଦିଲୀପ ଘୋଷ କହିଛନ୍ତି, ଡାକ୍ତରଙ୍କୁ ସୁରକ୍ଷା ଯୋଗାଇଦେବା ମୁଖ୍ୟମନ୍ତ୍ରୀଙ୍କ ଦାୟିତ୍ୱ। କିନ୍ତୁ ମମତା ନିଜ ଭୋଟ ପାଇଁ ଅସାମଜିକ ତତ୍ତ୍ୱଙ୍କୁ ନିୟନ୍ତ୍ରଣ କି ଗିରଫ କରୁନାହାନ୍ତି। ମମତା ଏହାର ଜବାବରେ କହିଛନ୍ତି, ହସ୍ପିଟାଲଗୁଡ଼ିକରେ ବିଭ୍ରାଟ ସୃଷ୍ଟି କରିବା ଲାଗି ବାହାର ଲୋକ ପ୍ରବେଶ କରୁଛନ୍ତି ଏବଂ ଭାଜପା ଏହି ପ୍ରସଙ୍ଗକୁ ସାମ୍ପ୍ରଦାୟିକ ରଙ୍ଗ ଦେଉଛି। ସିପିଏମ୍‌ ସାହାଯ୍ୟରେ ଭାଜପା ହିନ୍ଦୁ-ମୁସଲିମ୍‌ ରାଜନୀତି କରୁଛି। ଏହି ପ୍ରେମ ବ୍ୟାପାରକୁ ଦେଖି ମୁଁ ସ୍ତବ୍ଧ ହୋଇଯାଇଛି। ଫେସ୍‌ବୁକ୍‌ରେ ଅପପ୍ରଚାର ଚଳାଇ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି କରିବାକୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ତାଙ୍କ ଦଳର କର୍ମକର୍ତ୍ତାଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ମମତା ଏଭଳି ଭାଷାରେ ବିକ୍ଷୋଭକୁ ନିନ୍ଦା କରିଛନ୍ତି।
ଗୁରୁବାର ପୂର୍ବାହ୍ନରେ ଏସ୍‌ଏସ୍‌କେଏମ୍‌ ହସ୍ପିଟାଲ ପରିଦର୍ଶନ କରିବା ସହ ଡାକ୍ତରଙ୍କୁ ଦଙ୍ଗା ଆଇନ ପଢ଼ାଇ କାର୍ଯ୍ୟକୁ ଫେରିବାକୁ ତାଗିଦ କରିଥିଲେ। ଅପରାହ୍ନ ୨ଟା ସୁଦ୍ଧା କାର୍ଯ୍ୟକୁ ନ ଫେରିଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ଚେତାବନୀ ଦେଇଥିଲେ। ହେଲେ ମଙ୍ଗଳବାରଠାରୁ ରାସ୍ତାକୁ ଓହ୍ଲାଇଥିବା ଡାକ୍ତରମାନେ ଏହି ୪ ଘଣ୍ଟିଆ ମହଲତକୁ ଅବଜ୍ଞା କରିଛନ୍ତି। ସରକାରୀ ହସ୍ପିଟାଲଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇବା ସହ ଆକ୍ରମଣକାରୀଙ୍କୁ ଗିରଫ କରା ନ ଗଲେ ସେମାନେ କାର୍ଯ୍ୟରେ ଯୋଗଦେବେ ନାହିଁ ବୋଲି ଅଡ଼ିବସିଛନ୍ତି। ଇତିମଧ୍ୟରେ ଡାକ୍ତରଙ୍କ ଏକ ପ୍ରତିନିଧି ଦଳ ଏହି ପ୍ରସଙ୍ଗରେ ରାଜଭବନରେ ରାଜ୍ୟପାଳ କେଶରୀନାଥ ତ୍ରିପାଠୀଙ୍କୁ ଭେଟି ମମତାଙ୍କ ଆଭିମୁଖ୍ୟ ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆମ ସହ ଅପରାଧୀଙ୍କ ଭଳି ବ୍ୟବହାର କରୁଛନ୍ତି ବୋଲି ସେମାନେ ଅଭିଯୋଗ କରିଛନ୍ତି। ସେପଟେ ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ଭାଜପା। ରାଜ୍ୟ ଭାଜପା ଉପସଭାପତି ଜୟପ୍ରକାଶ ମଜୁମ୍‌ଦାର କହିଛନ୍ତି, ଆନ୍ଦୋଳନରତ ଡାକ୍ତରଙ୍କୁ ମମତା ଧମକ ଦେଉଛନ୍ତି। ସମସ୍ୟାର ସମାଧାନ କରିବା ପରିବର୍ତ୍ତେ ସେ ଏହାକୁ ନେଇ ରାଜନୀତି କରୁଛନ୍ତି। ସ୍ଥିତି ନିୟନ୍ତ୍ରଣକୁ ଆଣି ନ ପାରିଲେ ମମତା ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ଇସ୍ତଫା ଦିଅନ୍ତୁ ବୋଲି ଜୟପ୍ରକାଶ ଦାବି କରିଛନ୍ତି। ଶେଷରେ ମମତା ବରିଷ୍ଠ ଡାକ୍ତରମାନଙ୍କ ଉଦ୍ଦେଶ୍ୟରେ ଏକ ପତ୍ର ଲେଖିଛନ୍ତି। ସବୁ ଜିଲାରୁ ଗରିବ ଲେକେ ଚିକିତ୍ସା ପାଇଁ ବଡ଼ ଡାକ୍ତରଖାନାଗୁଡ଼ିକୁ ଆସୁଛନ୍ତି। ତେଣୁ ସମସ୍ତ ମେଡିକାଲ କଲେଜ ଓ ହସ୍ପିଟାଲର ଡାକ୍ତରମାନେ ରୋଗୀ ସେବାରେ ନିଜକୁ ନିୟୋଜିତ କରନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri