ତେଜିଲା ଟ୍ରକ ସଂଘ ବିବାଦ, ଅଟକିଲା ଶହେରୁ ଅଧିକ ଟ୍ରକ

କେନ୍ଦୁଝର, ୨୩ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରୁ ପାରଦୀପକୁ ଲୁହାପଥର ପରିବହନକୁ ନେଇ କେନ୍ଦୁଝର ଓ ପାରାଦୀପ ଟ୍ରକ ମାଲିକ ସଂଘ ମଧ୍ୟରେ ବିବାଦ ଗୁରୁତର ରୂପ ଧାରଣ କରିଛି। କେନ୍ଦୁଝର ଜିଲାରୁ ଲୁହାପଥର ନେଇ ଯାଉଥିବା ଟ୍ରକ ଗୁଡିକୁ ପାରାଦୀପ, ଜଗତସିଂହପୁର, କେନ୍ଦ୍ରାପଡା ଅଞ୍ଚଳର ଟ୍ରକ ମାଲିକ ମାନେ ହଇରାଣ କରୁଥିବାରୁ ଏହାର ପ୍ରତିବାଦରେ କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ ପକ୍ଷରୁ ଗତ ଶୁକ୍ରବାର ସନ୍ଧ୍ୟାରେ ଉକ୍ତ ଅଞ୍ଚଳର ଟ୍ରକ ଗୁଡିକୁ ଏନଏଚ ୨୦ ରାଙ୍କି ନିକଟରେ ଅଟକାଇ ରଖିଛନ୍ତି। ଏହାକୁ ନେଇ ବିବାଦ ବଢୁଥିବାରୁ ଉଭୟ ଜିଲା ପ୍ରଶାସନ ହସ୍ତକ୍ଷେପ କରି ସମାଧାନ କରିବାକୁ ଦାବି ହେଉଛି। ଏନେଇ କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ ପକ୍ଷରୁ ପାରାଦୀପ ଟ୍ରକ ମାଲିକ ସଂଘକୁ ଜଣାଇଥିଲେ ହେଁ କରୋନା କଟକଣା ଆଳରେ ସମାଧାନ ନ କରି ଦିନ ଗଡାଇବାରେ ଲାଗିଛନ୍ତି। ଏଣୁ ବାଧ୍ୟ ହୋଇ ଆମେ ଏଠାରେ ସାମାଜିକ ଦୂରତ୍ୱ ରକ୍ଷା କରି ତାଙ୍କ ଅଞ୍ଚଳର ଟ୍ରକ ଗୁଡିକୁ ଅଟକାଇ ପ୍ରତିବାଦ କରୁଛୁ ବୋଲି କେନ୍ଦୁଝର ଟ୍ରକ ମାଲିକ ସଂଘର ସାଧାରଣ ସମ୍ପାଦକ ସୂର୍ଯ୍ୟନାରାୟଣ କର କହିଛନ୍ତି। ଏଣୁ ଏହାର ତୁରନ୍ତ ସମାଧାନ ନ ହେବା ପର୍ଯ୍ୟନ୍ତ ଟ୍ରକ ଗୁଡ଼ିକ ଛଡାଯିବ ନାହିଁ ବୋଲି ଟ୍ରକ ମାଲିକ ମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri