ପୁରୀରୁ ଆଉ ୧୬ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ଛୁଇଁଲା ୮୧

ପୁରୀ ଅଫିସ,୨୪।୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଶନିବାର ୧୭ ଆକ୍ରାନ୍ତ ଚିହ୍ନଟ ପରେ ଜିଲାର ମୋଟ ଆକ୍ରାନ୍ତ ସଂଖ୍ୟା ଅର୍ଦ୍ଧଶତକ ପାର କରିଥିଲା। ପୁଣି ରବିବାର ୧୬ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଜିଲାର ସଂଖ୍ୟା ୮୧ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ। ଅପରପକ୍ଷେ ଲଗାତାର ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଜିଲାବାସୀ ଓ ପ୍ରଶାସନକୁ ଚିନ୍ତାରେ ପକାଇ ଦେଇଛି। ୧୫ ଦିନ ମଧ୍ୟରେ ୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ମୋଟ ସଂକ୍ରମିତଙ୍କ ମଧ୍ୟରୁ ୪ଜଣ ସୁସ୍ଥ ହୋଇଥିବା ବେଳେ ୭୭ ଆକ୍ଟିଭ୍‌ କେସ୍‌ ରହିଛି। ସମସ୍ତେ କୋଭିଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri