Posted inଜାତୀୟ

ଟ୍ରେନ୍‌ରେ ଫେରିଲେଣି ୩୨ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଭାରତୀୟ ରେଲଓ୍ବେ ସ୍ବତନ୍ତ୍ର ଟ୍ରେନ୍‌ରେ ବର୍ତ୍ତମାନ ସୁଦ୍ଧା ୩୨ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେଲାଣି। ଆଗାମୀ ୧୦ ଦିନ ମଧ୍ୟରେ ଆଉ ୨୬୦୦ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଚଳ ଯୋଜନା ରହିଛି। ଏଥିରେ ପାଖାପାଖି ୩୬ ଲକ୍ଷ ପ୍ରବାସୀ ଶ୍ରମିକ ଫେରିବେ ବୋଲି ରେଲଓ୍ବେ ବୋର୍ଡ ଅଧ୍ୟକ୍ଷ ଭି.କେ. ଯାଦବ ଶନିବାର କହିଛନ୍ତି। ମେ’ ୧ରୁ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୨,୫୭୦ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଚଳ କରିଛି। ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହି ଅସୁବିଧାର ସମ୍ମୁଖୀନ ହେଉଥିବା ଶ୍ରମିକମାନଙ୍କୁ ଫେରାଇନେବାରେ ସହାୟତା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ରେଲଓ୍ବେକୁ ଅନୁରୋଧ କରାଯାଇଥିଲା। ଯାତ୍ରୀ ଭଡ଼ାର ୮୫ ପ୍ରତିଶତ ରେଲଓ୍ବେ ବହନ କରୁଥିବାବେଳେ ଅବଶିଷ୍ଟ ୧୫ ପ୍ରତିଶତ ସମ୍ପୃକ୍ତ ରାଜ୍ୟ ସରକାର ଭରଣା କରୁଛନ୍ତି। ୨,୦୬୫ ଟ୍ରେନ୍‌ ଶ୍ରମିକଙ୍କୁ ନେଇ ଗନ୍ତବ୍ୟସ୍ଥଳରେ ପହଞ୍ଚତ୍ ସାରିଥିବାବେଳେ ୫୦୫ ଟ୍ରେନ୍‌ ବାଟରେ ଅଛନ୍ତି। ଉତ୍ତରପ୍ରଦେଶକୁ ସର୍ବାଧିକ ୧୨୪୬ ଶ୍ରମିକ ସ୍ପେଶିଆଲ ଟ୍ରେନ ଚଳାଚଳ କରିଥିବାବେଳେ ବିହାରକୁ ୮୦୪ ଓ ଝାଡ଼ଖଣ୍ଡକୁ ୧୨୪ଟି ଟ୍ରେନ୍‌ ଯାଇଛି। ସେହିପରି ଗୁଜରାଟରୁ ସର୍ବାଧିକ ୭୫୯ଟି ଟ୍ରେନ୍‌ ଶ୍ରମିକଙ୍କୁ ନେଇ ଛାଡ଼ିଥିବାବେଳେ ମହାରାଷ୍ଟ୍ରରୁ ୪୮୩ ଓ ପଞ୍ଜାବରୁ ୨୯୧ଟି ଟ୍ରେନ୍‌ ଛାଡ଼ିଛି। ଏହା ବାଦ୍‌ ଅନେକ ଶ୍ରମିକ ବସ୍‌, ଟ୍ରକ୍‌ ଓ ଅନ୍ୟ ମାଲବାହୀ ଗାଡ଼ିରେ ସେମାନଙ୍କ ରାଜ୍ୟକୁ ଫେରିଛନ୍ତି। ବହୁସଂଖ୍ୟାରେ ଶ୍ରମିକ ଗାଡ଼ି ନ ପାଇ ଚାଲିଚାଲି ଫେରୁଥିବା ଦେଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ଆଗାମୀ ୧୦ ଦିନରେ ଆଉ ୨,୬୦୦ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ୧୦୦୦ଟି ଟିକେଟ କାଉଣ୍ଟର ଖୋଲିଥିବାବେଳେ ଖୁବ୍‌ଶୀଘ୍ର ଅଧିକ କାଉଣ୍ଟର ଖୋଲିବାକୁ ଯୋଜନା ରହିଛି। ଗତ ୪ ଦିନ ହେଲା ଦୈନିକ ୨୬୦ଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri