ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍‌ ହୋଇଛନ୍ତି ୬୦ ହଜାର

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍‌ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍‌ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ ୧ଲକ୍ଷ ୬୩ହଜାର ୯୫୪ ଛାତ୍ରୀଛାତ୍ର ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍‌ ହୋଇଥିବା ବେଳେ ସେଥିମଧ୍ୟରୁ ୬୦ହଜାର ଛାତ୍ରୀଛାତ୍ର କେବଳ ଇଂଲିଶ ବିଷୟରେ ଫେଲ୍‌ ହୋଇଛନ୍ତି। ସେହିପରି ‘ଇ’ ଗ୍ରେଡ୍‌ ରଖି ୧ଲକ୍ଷ ୨୨ହଜାର ୬୨ଜଣ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ସେଥିମଧ୍ୟରୁ ୭୩ ପ୍ରତିଶତ ଇଂଲିଶରେ ଜଷ୍ଟ୍‌ ପାସ୍‌ କରିଛନ୍ତି। ବର୍ଷ ବର୍ଷ ଧରି ଇଂଲିଶରେ ପାସ୍‌ ହାର କମିଚାଲିଥିବାରୁ ଗଣଶିକ୍ଷା ବିଭାଗର ଚିନ୍ତା ବଢ଼ିଯାଇଛି। ଚଳିତବର୍ଷ ଇଂଲିଶରେ ଖରାପ କରିଥିବା ସ୍କୁଲଗୁଡ଼ିକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ରିପୋର୍ଟ ମାଗିଛି। ଏ ନେଇ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଶୂନ ଫଳ କରିଥିବା ୮୨ ସ୍କୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିସହ ଛାତ୍ରୀଛାତ୍ରଙ୍କୁ ସ୍କୁଲସ୍ତରରେ ସ୍ପୋକନ୍‌ ଇଂଲିଶ କ୍ଲାସ୍‌ ଯୋଗାଇ ଦିଆଯିବ। ସେପଟେ ଶିକ୍ଷାବିତ୍‌ମାନେ ଏହାକୁ ନେଇ ତୀବ୍ର ନିନ୍ଦା କରିବା ସହ ବିଭାଗ ଉପରେ ଦୋଷ ଲଦିଛନ୍ତି। ବିଷୟଭିତ୍ତିକ ଶିକ୍ଷକଙ୍କ ଅଭାବ, ୪୦ହଜାର ଶିକ୍ଷକ ପଦବୀ ଖାଲି ଏବଂ ତୃଣମୂଳ ସ୍ତରରେ ଇଂଲିଶ ପଢ଼ାଇବାରେ ବିଫଳତା ଏହାର ମୁଖ୍ୟ କାରଣ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri