ଦାରିଙ୍ଗବାଡି ଘାଟିରେ ଫସି ରହିଲା ପ୍ରବାସୀଙ୍କ ବସ୍‌ : ସାରା ରାତି ସମୟ କାଟିଲେ ଶ୍ରମିକ

ସୋରଡା,୨୪ା୫,(ଡି.ଏନ.ଏ.)-ତାମିଲନାଡୁର କୋଏମ୍ବାଟୁରରୁ ୩୨ ଜଣ ପ୍ରବାସୀ ଓଡିଆଙ୍କୁ ଧରି ବଲାଙ୍ଗୀର ଅଭିମୁଖେ ଆସୁଥିବା ଏକ ବସ୍‌ ଶନିବାର ରାତି ୧୦ଟାରେ ଗଞ୍ଜାମ ଜିଲା ସୀମାନ୍ତ ସୋରଡା-ଦାରିଙ୍ଗବାଡ଼ି ୪ ନଂ. ଘାଟିରେ ଫସି ରହିଥିଲା। ଫଳରେ ପ୍ରବାସୀମାନେ ଘାଟିରେ ସାରା ରାତି ସମୟ କାଟିଥିଲେ। ଖବରପାଇ ସୋରଡା ଥାନାଧିକାରୀ ରମେଶ କୁମାର ପ୍ରଧାନ, ଏସଆଇ ସୁନୀଲ କଣ୍ଡୋଗୋରୀ, ସରପଞ୍ଚ ଉପେନ୍ଦ୍ର ବେହେରା, ଜିଆରଏସ କଳିଆ ପଣ୍ଡା ପ୍ରମୁଖ ପହଞ୍ଚି ପ୍ରବାସୀଙ୍କ ପାଇଁ ଶୁଖିଲା ଖାଦ୍ୟ, ପାନୀୟ ଜଳ ବ୍ୟବସ୍ଥା କରିଥିଲେ। ପରେ ବସକୁ ଉଦ୍ଧାର କରିବାକୁ ପ୍ରୟାସ ଚଳାଇ ଥିଲେ ମଧ୍ୟ ବିଫଳ ହୋଇଥିଲେ। ରବିବାର ସକାଳୁ ଜେସିବି ମେଶିନ ସାହାଯ୍ୟରେ ବସକୁ ଉଦ୍ଧାର କରାଯିବା ପରେ ବସଟି ପ୍ରବାସୀଙ୍କୁ ଧରି ବଲାଙ୍ଗୀର ଅଭିମୁଖେ ବହାରି ଥିଲା। ପ୍ରକାଶ ଯେ, ଘାଟି ରାସ୍ତାଟି ଅଣଓସାରିଆ ଥିବାରୁ ବସଟି ବୁଲାଣିରେ ଉପରକୁ ଉଠି ନ ପାରି ଫସି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri