କୃଷି କାର୍ଯ୍ୟାଳୟରେ ସାମାଜିକ ଦୂରତା ଭୁଲିଗଲେ ଚାଷୀ

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-କରୋନା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଚାଲିଥିବା ବେଳେ ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା। ଘାସମରା ଔଷଧ ନେବାକୁ ଆସିଥିବା ଚାଷୀମାନେ ସାମାଜିକ ଦୂରତା ରକ୍ଷା ନ କରି କୃଷି କାର୍ଯ୍ୟାଳୟ ଫାଟକ ଆଗରେ ଭିଡ଼ ଜମାଇଥିଲେ। ଏ ନେଇ କୃଷି ଅଧିକାରୀ ଭାଗ୍ୟଧର ସାହୁ ପୋଲିସକୁ ଜଣାଇବା ପରେ ପୋଲିସ ଉପସ୍ଥିତିରେ କାର୍ଯ୍ୟାଳୟ ଫାଟକ ଖୋଲା ଯାଇଥିଲା। ମାତ୍ର ଚାଷୀମାନେ କରୋନା କଟକଣା ନ ମାନିବାରୁ ଚାଷୀ ଓ ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବାରୁ ପୋଲିସ ଘଟଣାସ୍ଥଳ ଛାଡ଼ି ଚାଲି ଯାଇଥିଲା। ଏହାଛଡ଼ା ସାମାଜିକ ଦୂରତା ରକ୍ଷା ନ କଲେ ଔଷଧ ମିଳିବ ନାହିଁ ବୋଲି କୃଷି ଅଧିକାରୀ ଭାଗ୍ୟଧର ସାହୁ କହିବାରୁ ଚାଷୀମାନେ ତାଙ୍କୁ ଗାଳିଗୁଲଜ କରିଥିଲେ। ଫଳରେ ୧୨ଶହରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ମହଜୁଦ୍‌ ଥିବା ୧୬୦୦ ଲିଟର ଘାସମରା ଔଷଧ ଅଧାଦାମ୍‌ରେ ବଣ୍ଟନ କରାଯାଇଥିଲା। ଏ ଦିଗରେ କୃଷି ଅଧିକାରୀ ସାହୁଙ୍କୁ ପଚାରିବାରେ ଘାସମରା ଔଷଧ ଷ୍ଟକ୍‌ ସୀମିତ ଥିବାରୁ ଚାଷୀମାନେ ଭିଡ଼ ମଧ୍ୟରେ ଠେଲାପେଲା ହୋଇଥିଲେ। ତେବେ ଚାଷୀମାନେ ପୋଲିସକୁ ଗାଲିଗୁଲଜ କରିବାରୁ ସେମାନେ ଭିଡସ୍ଥଳରୁ ଚାଲିଗଲେ। ଏହାସହ ଚାଷୀଙ୍କୁ ସାମାଜିକ ଦୂରତା ବଜାୟ ରଖିବା ସହ ମାସ୍କ ପିନ୍ଧିବାକୁ କହିବାରୁ ସେମାନେ କୃଷି ଅଧିକାରୀଙ୍କୁ ଗାଳିଗୁଲଜ କରିଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ...

୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌

ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri