Posted inଖେଳ

ଟିକସ ପ୍ରସଙ୍ଗରେ ବିସିସିଆଇ-ଆଇସିସି ମୁହାଁମୁହିଁ

ନୂଆଦିଲ୍ଲୀ, ୨୫ା୫ (ପି.ଟି.)-ଭାରତରେ ଆଗକୁ ହେବାକୁ ଥିବା ଆଇସିସି ଗ୍ଳୋବାଲ କ୍ରିକେଟ ଇଭେଣ୍ଟ ପାଇଁ ଟିକସ ଛାଡ଼ କରିବା ପ୍ରସଙ୍ଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପୁଣି ଥରେ ମୁହଁାମୁହିଁ ହୋଇଛନ୍ତି। ଭାରତ ୨୦୨୧ରେ ଟି୨୦ ବିଶ୍ୱକପ୍‌ ଏବଂ ୨୦୨୩ରେ ୫୦ ଓଭର ବିଶିଷ୍ଟ ଇଭେଣ୍ଟ ଆୟୋଜନ କରିବାକୁ ଯାଉଛି। ୨୦୧୬ରେ ଭାରତରେ ଟି୨୦ ବିଶ୍ୱକପ୍‌ ବେଳକୁ ଟିକସ ଛାଡ଼ ପ୍ରସଙ୍ଗକୁ ନେଇ ଆଇସିସି ଓ ବିସିସିଆଇ ମଧ୍ୟରେ ଦୀର୍ଘ ଦିନ ହେଲା ବିବାଦ ଲାଗି ରହିଛି। ତେବେ ଉଭୟ ପକ୍ଷ ଏହି ସମସ୍ୟାର ଆପୋଷ ସମାଧାନ ପାଇଁ ଚେଷ୍ଟା ଚଳାଇଥିବା ଆଇସିସିର ଜଣେ ମୁଖପାତ୍ର ପ୍ରକାଶ କରିଛନ୍ତି। ଆଇସିସି ସାଧରଣତଃ ଭାବେ ଟିଭି ପ୍ରଡକ୍ସନ ସରଞ୍ଜାମ ଆମଦାନୀ ଓ ଟିକେଟିଂରୁ ଏକସାଇଜ୍‌ ଡ୍ୟୁଟି ଛାଡ଼ ପାଇଁ ଚାହିଥାଏ। ଆଇସିସିର ନୂଆ ଚେୟାରମ୍ୟାନ ପଦବୀ ପାଇଁ ପ୍ରାର୍ଥିପତ୍ର ଦାଖଲ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଥିବା ବେଳେ ଟିକସ ବିବାଦ ପୁଣି ମୁଣ୍ଡ ଟେକିଛି। ବିଦାୟୀ ଆଇସିସି ଚେୟାରମ୍ୟାନ ଶଶାଙ୍କ ମନୋହର ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ମନୁ ସାହାନେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏବଂ ସମ୍ପାଦକ ଜୟ ଶାହାଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ହେଲେ ଆଇସିସି ଆଇନ ବିଭାଗ ମୁଖ୍ୟ ଜୋନାଥନ ହଲ୍‌ ପଠାଇଥିବା ମେଲ୍‌ରେ ଯେପରିଭାବେ ଲେଖାଯାଇଛି ବିସିସିଆଇର ଉଚ୍ଚ କର୍ମକର୍ତ୍ତାମାନେ ସେଥିରେ ଖପ୍ପା ହୋଇଛନ୍ତି। ରାଜିନାମା ଅନୁସାରେ ଟିକସ ଛାଡ଼ ସମସ୍ୟାର ସମାଧାନ କେବେ ହେବ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ତାହାର ନିର୍ଦ୍ଦିଷ୍ଟ ଦିନ ଧାର୍ଯ୍ୟ କରୁ। ବିସିସିଆଇର ଜଣେ ବରିଷ୍ଠ ଅଫିସିଆଲ କହିଛନ୍ତି,ଦେଶରେ ଟିକସ ସମ୍ପର୍କିତ ନିଷ୍ପତ୍ତି ବିସିସିଆଇ ନୁହେଁ ଭାରତୀୟ ସରକାର ନେଇଥାନ୍ତି। ଅତୀତରେ ଫର୍ମୁଲାଓ୍ବାନ ରେସ୍‌ ଆୟୋଜନ ବେଳେ ସରକାର ଟିକସ ଛାଡ଼ କରି ନ ଥିଲେ। ଆଇସିସି ଗ୍ଲୋବାଲ ଇଭେଣ୍ଟ ଲାଗି ଟିକସ ଛାଡ଼ କରାଯିବା କି ନା ତାହା ସରକାର ସ୍ଥିର କରିବେ। ଲକ୍‌ଡାଉନ ନ ଉଠିବା ପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ ଆମେ ସରକାରଙ୍କ ସହ ଆଲୋଚନା କରିବା ସମ୍ଭବ ନୁହେଁ ବୋର୍ଡର ବରିଷ୍ଠ କର୍ମକର୍ତ୍ତାଜଣକ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri