ଦୁର୍ଘଟଣାରେ ଯୁବକଙ୍କ ପ୍ରାଣଗଲା

ରାଇରଙ୍ଗପୁର,୨୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ରାଇରଙ୍ଗପୁର-ଯାମଦା ରାସ୍ତାର ତାଳଗାଁ ନିକଟରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ୧୩ନଂ. ଓ୍ବାର୍ଡର ସିଗନାଲ ବସ୍ତୀ ଅଞ୍ଚଳର କରୁଣାକର ମାଝି ଓ ରାଜୀବ କୁମାର ମାହାଲି ବାଇକ୍‌ ଯୋଗେ ଯାଉଥିବା ବେଳେ ଏକ ପିକ୍‌ଅପ୍‌ ଭ୍ୟାନ ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ସ୍ଥାନୀୟ ଲୋକେ ଆହତ ଦ୍ୱୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ରାଇରଙ୍ଗପୁର ମେଡିକାଲକୁ ପଠାଇଥିବା ବେଳେ ସେଠାରେ କରୁଣାକରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ରାଜୀବଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆରଏମ୍‌ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ତଦନ୍ତ ଜାରି ରଖିଛି। ଏନେଇ ଥାନାରେ ଏକ ମାମଲା(ନଂ.୨୨/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri