ଅଣ୍ଡା ଦୁର୍ନୀତି: ଦିଗପହଣ୍ଡି ସିଡିପିଓଙ୍କ ବଦଳି

ଦିଗପହଣ୍ଡି,୨୪୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ଅଚାନକ ବଦଳି କରାଯାଇଛି। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସର ଭାବେ ଅବସ୍ଥାପିତ କରାଯାଇଛି। ଦିଗପହଣ୍ଡି ବିଡ଼ିଓ ହଳଧର ଶବରଙ୍କୁ ଅସ୍ଥାୟୀ ଭାବେ ସିଡିପିଓ ଦାୟିତ୍ୱ ଦିଆଯାଇଛି। ଦିଗପହଣ୍ଡି ବ୍ଲକର ପଞ୍ଜୀକୃତ ଗର୍ଭବତୀ ଓ ପ୍ରସୂତିଙ୍କୁ ମାସିକ ୧୨ଟି ଅଣ୍ଡା ବଦଳରେ ୫ଟି ଅଣ୍ଡା ମିଳୁଥିବାବେଳେ ପ୍ରାକ ବିଦ୍ୟାଳୟରେ ପଞ୍ଜିକୃତ ଶିଶୁଙ୍କୁ ମାସିକ ୨୦ଟି ଅଣ୍ଡା ବଦଳରେ ୬ଟି ମିଳୁଥିବା ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା। ଏହାପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସିଡିପିଓଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ବଦଳି କରିଥିବା ଜଣାପଡିଛି। ଏନେଇ ସିଡିପିଓ ସାହୁଙ୍କୁ ପଚାରିବାରୁ ଅଣ୍ଡା ବଣ୍ଟନରେ କୌଣସି ଅନିୟମିତତା ହୋଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri