CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୫, ଯାଜପୁର ୨, ବାଲେଶ୍ୱର ୪, ଖୋର୍ଦ୍ଧା ୪, ପୁରୀ ୪, କଟକରେ ସର୍ବାଧିକ ୧୬, କେନ୍ଦ୍ରପଡ଼ା ୬, ନୟାଗଡ଼ ୩, ବଲାଙ୍ଗୀର ୧୪, ଅନୁଗୋଳ ୧, କେନ୍ଦୁଝର ୮, କନ୍ଧମାଳ ୭, ଢ଼େଙ୍କାନାଳ ୩, ଝାରସୁଗୁଡ଼ା ୧ ଓ ସୁବର୍ଣ୍ଣପୁରରେ ଜଣେ ରହିଛନ୍ତି। ତେବେ ନୂଆ ଚିହ୍ନଟ ହୋଇଥିବା ୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଓ ୮ଟି ଲୋକାଲ କେସ୍‌ ରହିଥିବା ଜଣାପଡ଼ିଛି। ପ୍ରଥମ କରି ସୁବର୍ଣ୍ଣପୁର ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏହାକୁ ମିଶାଇ ୨୯ଟି ଜିଲା ଏବେ କରୋନା କବଳରେ। ଅପରପକ୍ଷେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୫୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୬୧ ଚିକିତ୍ସିତ ହେଉଥିବା ବେଳେ ୬୪୯ଜଣ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ୭ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri