ଓଡ଼ିଶାର ଟେଷ୍ଟିଂ ଜାତୀୟ ହାରଠାରୁ ଅଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ମହାମାରୀ କରୋନା ସହ ଲଢ଼େଇ ଲମ୍ବା ଲଢ଼େଇ। ଓଡ଼ିଶାକୁ ଏହି ରୋଗ ପ୍ରବେଶ କରିବାର ପ୍ରାୟ ଦୁଇମାସ ହୋଇଗଲାଣି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମୀକ୍ଷା ବୈଠକରେ ଏହାକୁ ଅଜଣା ଶତ୍ରୁ ବୋଲି କହିଛନ୍ତି। ହେଲେ ବିଗତ ଦୁଇ ମାସ ମଧ୍ୟରେ ରାଜ୍ୟ ସରକାର ଅନେକ ଶିକ୍ଷା ଲାଭ କରିଛନ୍ତି। ବିଭିନ୍ନ ଗାଇଡଲାଇନ୍‌ ଦେଖିଛୁ, ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ସହ ଯୋଗାଯୋଗ କରାଯାଇଛି। ଏହାଦ୍ୱାରା ଯେଉଁ ସଫଳତା ମିଳିଛି, ତାକୁ ସମସ୍ତେ ପ୍ରଶଂସା କରିଛନ୍ତି। ହେଲେ ଏବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୧୫ ଦିନ ସ୍ବତନ୍ତ୍ର ପଦକ୍ଷେପ ନିଆଯିବ। ବୟସ୍କ ଏବଂ ସମ୍ବେଦନଶୀଳ ଲୋକଙ୍କ ବିଷୟରେ ତଥ୍ୟ ନିଆଯିବ। ଓଡ଼ିଶାରେ ଟେଷ୍ଟିଂ ହାର ଜାତୀୟ ହାରଠାରୁ ଅଧିକ। କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପଦକ୍ଷେପ ବିଷୟରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଓଡ଼ିଶାର ଜନସଂଖ୍ୟା ୪ କୋଟି ୬୦ ଲକ୍ଷ। ରାଜ୍ୟରେ ଏବେ ଦିନକୁ ପାଖାପାଖୀ ୩ହଜାର ଟେଷ୍ଟ କରାଯାଉଥିବା ବେଳେ ସାରା ଭାରତରେ ଏହା ୨୩୬୦ ରହିଛି। ସେହିଭଳି ୨.୮୬% ଜାତୀୟ ହାର ଥିବା ବେଳେ ଓଡ଼ିଶାରେ ମୃତ୍ୟୁ ସଂଖ୍ୟା ୦.୪୬% ରହିଛି। ମଙ୍ଗଳବାର ସୁଦ୍ଧା ଦେଶରେ ମୋଟ ୩୧,୩୬,୧୧୯ ନମୂନା ପରୀକ୍ଷଣ ହୋଇଥିବା ବେଳେ ରାଜ୍ୟରେ ୧,୩୧,୫୯୫ ଟେଷ୍ଟ ହୋଇଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri