ଧାନ ବିକି ଚାଷୀ ହତାଶ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅନଶନ

କେନ୍ଦୁଝର, ୨୬ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାର ସାହାରପଡା ଲ୍ୟାମ୍ପସରେ ଧାନ ବିକି ସହାୟକ ମୂଲ୍ୟ ପାଇ ନଥିବା ୬୦ରୁ ଊର୍ଦ୍ଧ୍ୱ ଚାଷୀ ମୁଣ୍ଡରେ ହାତ ଦେଇ ବସିଥିବାବେଳେ ପ୍ରତିବାଦରେ ମଙ୍ଗଳବାର ବ୍ଲକ ସମ୍ମୁଖରେ ଅନଶନ କରିଛନ୍ତି। ସାଂପ୍ରତିକ ସମୟରେ ଜୀବନ-ଜୀବିକାକୁ ନେଇ ମଣିଷ ବଞ୍ଚିବାର ରାହା ଖୋଜୁଥିବାବେଳେ ଲ୍ୟାମ୍ପସ କର୍ତ୍ତୃପକ୍ଷଙ୍କ ଏପରି ଦାୟିତ୍ୱହୀନତାକୁ ନେଇ ସାଧାରଣରେ ତୀବ୍ର ନିନ୍ଦା କରାଯାଇଛି।
ଅଭିଯୋଗରୁ ଜଣାଯାଇଛି କି ଯେ, ସାହାରପଡା ଲ୍ୟାମ୍ପସ ଅଧୀନରେ ଥିବା ଉଦୟପୁର, ଟଭାସରୁଆ, ମାଛଗଡ ଆଦିର ୬୮ଜଣ ଚାଷୀ ସରକାରଙ୍କ ସମସ୍ତ ନିତିନିୟମ ପାଳନ ମୁତାବକ ନିର୍ଦ୍ଧାରିତ ସମୟ ମଧ୍ୟରେ ଧାନମଣ୍ଡିରେ ଧାନ ବିକ୍ରୟ କରିଥିଲେ। ଏହା ମଧ୍ୟରେ ତିନିମାସରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରାପ୍ୟ ପାଇ ପାରି ନାହାନ୍ତି। ମାର୍ଚ୍ଚ ୫ତାରିଖରେ ସେମାନେ ଧାନ ଦେଇଥିବାବେଳେ ଅଦ୍ୟାବଧି ଟଙ୍କା ପାଇ ନଥିବା ସହ ପରେ ଧାନ ଦେଇ ପ୍ରଭାବଶାଳୀ ଚାଷୀ ଟଙ୍କା ପାଇଥିବା କଥା ମଧ୍ୟ ଅଭିଯୋଗ ହୋଇଛି। ଏହି ସମସ୍ୟା ସମ୍ପର୍କରେ ଲ୍ୟାମ୍ପସ ପରିଚାଳନା ନିର୍ଦ୍ଦେଶକଙ୍କୁ ବାରମ୍ବାର ସାକ୍ଷାତ କଲେ ମଧ୍ୟ କୌଣସି ଫଳ ମିଳୁ ନାହିଁ। ଜିଲା କାର୍ଯ୍ୟାଳୟରେ ସେମାନେ ଯୋଗାଯୋଗ କରିବା ପରେ ମଧ୍ୟ ଲାଭ ହୋଇ ନଥିବାରୁ ମଙ୍ଗଳବାର ସାହାରପଡା ବ୍ଲକ ସମ୍ମୁଖରେ ଅନଶନରେ ବସିଥିଲେ। ଏହାପରେ ଜିଲାପାଳଙ୍କ କାଯର୍‌ୟାଳୟକୁ ଆସି ଆଲୋଚନା କରିବାକୁ ପ୍ରତିଶ୍ରୁତି ପାଇବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri