ଟ୍ରକ୍‌ ସହ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ମୁହାଁମୁହିଁ: ୧୦ ଆହତ, ୩ ଗୁରୁତର

ବାଲିଗୁଡା/ତୁମୁଡିବନ୍ଧ,୨୬ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ କିନରପଡା ଗ୍ରାମ ନିକଟରେ ସୋମବାର ରାତି ପ୍ରାୟ ୧୧ଟାରେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ଘରୋଇ ବସ୍‌ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୦ଜଣ ଆହତ ହୋଇଥିବାବେଳେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି।
ଗୋଆରେ କାମ କରୁଥିବା ପ୍ରବାସୀ ଓଡ଼ିଆ ଶ୍ରମିକ ଟ୍ରେନ୍‌ ଯୋଗେ ଆସି ସୋମଭାର ଭୋରରେ ଭବାନୀପାଟଣା ରେଳ ଷ୍ଟେସନରେ ଓହ୍ଲାଇଥିଲେ। ସେଠାରୁ ଗଞ୍ଜାମ ଅଭିମୁଖେ ୪୭ ଶ୍ରମିକ ଏକ ଘରୋଇ ବସ୍‌ (ନଂ.ଓଡି୦୭ଡି-୨୦୭୭)ରେ ଫେରୁଥିଲେ। ଏନ୍‌ଏଚ୍‌ ନଂ.୫୯ କିନରପଡା ନିକଟରେ ଟ୍ରକ (ଏପି୩୯ଟିଜି-୭୧୮୯) ଓ ବସ୍‌ ମଧ୍ୟରେ ଧକ୍କା ହୋଇଥିଲା। ତୁମୁଡିବନ୍ଧ ପୋଲିସ ଆହତଙ୍କୁ ଉଦ୍ଧାର କରି ତୁମୁଡିବନ୍ଧ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ଓ ପରେ ବ୍ରହ୍ମପୁର ମେଡିକାଲକୁ ପଠାଇଛନ୍ତି। ଅନ୍ୟଯାତ୍ରୀମାନଙ୍କୁ ତୁମୁଡିବନ୍ଧ ପୋଲିସ ଏକ ବସ୍‌ ଯୋଗେ ଗଞ୍ଜାମ ଅଞ୍ଚଳକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ବଦ୍ରି, ଅଭିମନ୍ୟୁ, ଶମ୍ଭୁନାଥ, ସୌମ୍ୟଙ୍କ ନାମାଙ୍କନପତ୍ର ଦାଖଲ

ହାଟଡିହୀ/ସୋସୋ,୬ା୫(ଶୁଭକାନ୍ତ ନାୟକ/ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri