ଚେନ୍‌ ପୁଲିଂ କରି ଓହ୍ଲାଇଲେ ୧୮ ପ୍ରବାସୀ

ବଇଣ୍ଡା,୨୭ା୫(ଡି.ଏନ.ଏ.) – ଗୁଜରାଟରୁ ପ୍ରବାସୀଙ୍କୁ ନେଇ କଟକ ଆସୁଥିବା ସ୍ବତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍‌ର ଚେନ୍‌ ପୁଲିଂ କରି ମଙ୍ଗଳବାର ସନ୍ଧ୍ୟାରେ ୧୮ଜଣ ଶ୍ରମିକ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମ୍ବୁନାଳୀଠାରେ ଓହ୍ଲାଇ ପଡ଼ିଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ହଣ୍ଡପା, ବଇଣ୍ଡା ଥାନା ଓ ବଇଣ୍ଡା ରେଳବାଇ ପୋଲିସ ପହଞ୍ଚି ଶ୍ରମିକମାନଙ୍କୁ କାବୁ କରିଥିଲେ। ସେମାନଙ୍କ ମଧ୍ୟରୁ ଗାଁ ବଇଣ୍ଡା ସଙ୍ଗରୋଧ କେନ୍ଦ୍ରରେ ୧୦ ଜଣଙ୍କୁ ଏବଂ ଲୁହାମୁଣ୍ଡା ସଙ୍ଗରୋଧ କେନ୍ଦ୍ରରେ ୮ ଜଣଙ୍କୁ ରଖାଯାଇଛି। ସମସ୍ତ ପ୍ରବାସୀ ଆଠମଲ୍ଲିକ ଓ କିଶୋରନଗର ବ୍ଲକ ଅଞ୍ଚଳର ହୋଇଥିବା ବେଳେ ସେମାନେ ମହାରାଷ୍ଟ୍ରରୁ ଆସିଥିବା କହିଛନ୍ତି। ଜାମ୍ବୁନାଳୀ ନିକଟରେ ଟ୍ରେନ୍‌ଟି ଏକ ଗାଈକୁ ଧକ୍କା ଦେବା ପରେ ଶ୍ରମିକମାନେ ଚେନ୍‌ ଟାଣି ଟ୍ରେନ୍‌ରୁ ଓହ୍ଲାଇ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri