ଯୁବକଙ୍କୁ ଅପହରଣ ପରେ ହତ୍ୟା

ପାଟପୁର,୨୭ା୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଜଙ୍ଗଲରୁ ପାଟପୁର ପୋଲିସ ବୁଧବାର ଗଛରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ଶାସ୍ତ୍ରୀନଗରର ବିଭୂପ୍ରସାଦ ଦାସ (୨୦)। ଶ୍ରୀରାମନଗର ଗ୍ରାମରୁ ଶନିବାର ଅପରାହ୍ନରେ ତାଙ୍କୁ ଅପହରଣ କରାଯାଇଥିଲା।
ଆସିକା ଏସ୍‌ଡ଼ିପିଓ ସୂର୍ଯ୍ୟମଣି ପ୍ରଧାନ, ପାଟପୁର ଆଇଆଇସି ଅଜୟ କୁମାର ବାରିକ, ଛତ୍ରପୁର ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ମିଳିଥିବା ସ୍ଥାନରୁ ରକ୍ତଭିଜା ମାସ୍କ, ମାଟି ଜବତ କରି ତଦନ୍ତ ଚଳାଇଛନ୍ତି। ପାରିପାର୍ଶ୍ୱିକ ସ୍ଥିତି ଓ ପ୍ରାଥମିକ ତଦନ୍ତରୁ ଏହାଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ପୋଲିସ ଜାଣିବାକୁ ପାଇଛି।
ପ୍ରକାଶ ଯେ, ବ୍ରହ୍ମପୁର ଶାସ୍ତ୍ରୀନଗରର ଯୁବକ ବିଭୂପ୍ରସାଦ ଦାସ (୨୦), ଗଜପତି ଜିଲା ଅଡବା ଗ୍ରାମର ଉଦ୍ଧବ ଗୌଡ଼ ଓ ଅଡବା ଥାନା ପଦାଗାଁର ଗଙ୍ଗାଧର ପାତ୍ର ଏକ କାର୍‌ରେ ପାଟପୁର ଥାନା ତପ୍ତପାଣି ନିକଟସ୍ଥ ଶ୍ରୀରାମନଗର ଗ୍ରାମର ଜଣେ ଯୁବକଙ୍କ ଘରକୁ ଆସିଥିଲେ। ସମ୍ପୃକ୍ତ ଯୁବକ ଓ ତାଙ୍କ ସାନଭାଇ ପ୍ରଥମେ ବିଭୂପ୍ରସାଦଙ୍କୁ ବାଇକରେ ବସାଇ କେଉଁଆଡେ ନେଇଯାଇଥିଲେ। କିଛି ସମୟପରେ ସମ୍ପୃକ୍ତ ଯୁବକଙ୍କ ସାନଭାଇ ଆସି ବିଭୂପ୍ରସାଦଙ୍କୁ ଆଣିବାକୁ ଯିବା କହି ଗଙ୍ଗାଧରଙ୍କୁ ନେଇ ଯାଇଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ କେହି ନ ଫେରିବାରୁ ଉଦ୍ଧବ ଘଟଣା ସମ୍ପର୍କରେ ବିଭୂଙ୍କ ପରିବାର ଲୋକଙ୍କୁ ଫୋନ କରି ଜଣାଇଥିଲେ। ରବିବାର ମଧ୍ୟାହ୍ନରେ ଗଙ୍ଗାଧରଙ୍କୁ ହାତଗୋଡ ବନ୍ଧା ଅବସ୍ଥାରେ କାଳିବୋରେଇ ଜଙ୍ଗଲ ନିକଟରୁ ଗ୍ରାମବାସୀ ଉଦ୍ଧାର କରିଥିଲେ। ମଙ୍ଗଳବାର ବିଭୂପ୍ରସାଦଙ୍କ ଦାଦା ପାଟପୁର ଥାନାରେ ତାଙ୍କ ପୁତୁରା ବିଭୂପ୍ରସାଦଙ୍କୁ ଅପହରଣ କରାଯାଇଥିବା ଏତଲା ଦେବାପରେ ପୋଲିସ ନଂ.୧୧୫/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri