ଗତବର୍ଷ ତୁଳନାରେ ଏ ବର୍ଷ ବଢ଼ିଛି ୪୭ ପ୍ରତିଶତ ଅଧିକ ଧାନ ସଂଗ୍ରହ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ଚାଷୀଙ୍କଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଇଛି। ଗତବର୍ଷ ଅପେକ୍ଷା ଏଥର ୪୭ ପ୍ରତିଶତ ଅଧିକ ଧାନ ସଂଗ୍ରହ ହୋଇପାରିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ମନ୍ତ୍ରୀ ସ୍ବାଇଁ କହିଛନ୍ତି, ଏବେସୁଦ୍ଧା ରାଜ୍ୟର ୧୭ ଜିଲାରେ ୫୨,୦୨୧ ଚାଷୀଙ୍କଠାରୁ ସମୁଦାୟ ୪ଲକ୍ଷ ୩୦ହଜାର ୩୦୦ ଟନ ଧାନ ସଂଗ୍ରହ ହୋଇଛି। ଗତବର୍ଷ ଏହି ତାରିଖରେ ୨ଲକ୍ଷ ୯୩ ହଜାର ୪୮୯ ଟନ ଧାନ ସଂଗ୍ରହ ହୋଇଥିଲା। ୬୨୭ ଧାନ ସଂଗ୍ରହ କେନ୍ଦ୍ରରେ ଧାନ କିଣିବା କାର୍ଯ୍ୟ ଆରମ୍ଭ ହୋଇଛି। ପି-ପାସ୍‌ ଏବଂ ଆଗୁଆ ଟୋକନ୍‌ ଜରିଆରେ ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯାଇଛି। ରବିଧାନ ବିକ୍ରି ନିମନ୍ତେ ମୋଟ ୨ଲକ୍ଷ ୫୮ହଜାର ୧୧୭ ଚାଷୀ ନାମ ପଞ୍ଜୀକରଣ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ୨ଲକ୍ଷ ୨୭ ହଜାର ୧୨୨ ଜଣ ଚାଷୀଙ୍କ ନାମ ପଞ୍ଜୀକରଣ ତଥ୍ୟକୁ ଯାଞ୍ଚ କରାଯାଇଛି। ଗତବର୍ଷ ତୁଳନାରେ ଚଳିତ ରବିଧାନ ସଂଗ୍ରହ ନିମନ୍ତେ ୨୦ ପ୍ରତିଶତ ଅଧିକ ଚାଷୀ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ଅଧିକ ଧାନ ସଂଗ୍ରହ ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବରଗଡ଼ରେ ୨ଲକ୍ଷ ୨୮ ହଜାର ୩୦୨ ଟନ୍‌ ଧାନ ସଂଗ୍ରହ ହୋଇଥିବା ବେଳେ ସୁବର୍ଣ୍ଣପୁର ଜିଲାରୁ ୫୪ ହଜାର ୯୧୬ ଟନ୍‌, ସମ୍ବଲପୁରରୁ ୫୦ହଜାର ୮୩୯ଟନ୍‌, କଳାହାଣ୍ଡିରେ ୩୧ହଜାର ୯୩୩ ଟନ୍‌, ନୂଆପଡ଼ାରେ ୧୬ହଜାର ୨୪୮ଟନ୍‌ ଏବଂ ପୁରୀ ଜିଲାରୁ ୧୧ହଜାର ୯୮୯ଟନ୍‌ ଧାନ ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri