CORONAVIRUS UPDATE: ୬୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଗଞ୍ଜାମରେ ସର୍ବାଧିକ ୨୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୨୫ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଜଣେ ସ୍ଥାନୀୟ ଅଞ୍ଚଳର ଥିବା ଜଣାପଡ଼ିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ଜଣ ସୁରଟ, ୬ଜଣ ମହାରାଷ୍ଟ୍ର ଓ ୩ଜଣ ତାମିଲନାଡ଼ୁ ଫେରନ୍ତା ବୋଲି ସୂଚନା ମିଳିଛି। ସେହିପରି ଖୋର୍ଦ୍ଧାରେ ଚିହ୍ନଟ ହୋଇଥିବା ୧୧ଆକ୍ରାନ୍ତଙ୍କ ମଧ୍ୟରୁ ୧୦କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଜଣେ ସ୍ଥାନୀୟ ଅଞ୍ଚଳର। ସେମାନଙ୍କ ମଧ୍ୟରୁ ୫ଜଣ ମହାରାଷ୍ଟ୍ର, ୩ ଗୁଜରାଟ ଓ ୨ଜଣ ପଶ୍ଚିମବଙ୍ଗ ଫେରନ୍ତା।
ସେହିଭଳିି ନୟାଗଡ଼ରେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଥିବା ବେଳେ ସେମାନେ ଗୁଜରାଟ ଫେରନ୍ତା। ସମ୍ବଲପୁରରେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର। ୨ଜଣ ଉତ୍ତରପ୍ରଦେଶ ଓ ଆନ୍ଧ୍ରପ୍ରଦେଶ ଫେରନ୍ତା। ବରଗଡ଼ର ଆକ୍ରାନ୍ତ ଜଣକ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଥିବା ବେଳେ ସେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି।
ସୁବର୍ଣ୍ଣପୁରରେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର। ୪ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ତାମିଲନାଡୁ ଓ ୨ଜଣ ମହାରାଷ୍ଟ୍ର ଫେରନ୍ତା। ସେହିପରି ଯାଜପୁରରେ ଚିହ୍ନଟ ହୋଇଥିବା ୧୧ଆକ୍ରାନ୍ତଙ୍କ ମଧ୍ୟରୁ ୮ପଶ୍ଚିମବଙ୍ଗ, ୨ ଗୁଜରାଟ ଓ ଜଣେ ଆନ୍ଧ୍ରପ୍ରଦେଶ ଫେରନ୍ତା ବୋଲି ଜଣାପଡ଼ିଛି। ବଲାଙ୍ଗୀରରେ ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ ମହାରାଷ୍ଟ ଫେରନ୍ତା ହୋଇଥିବା ବେଳେ ସେମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ।
କେନ୍ଦୁଝରର ଆକ୍ରାନ୍ତ ଉତ୍ତରପ୍ରଦେଶ ଫେରନ୍ତା ହୋଇଥିବା ବେଳେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ସେହିଭଳି ଜଗତସିଂହପୁରର ୨ଆକ୍ରାନ୍ତ ପାଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ସେମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri