ବ୍ରହ୍ମପୁରରୁ ଭୁବନେଶ୍ୱର ଗଲା ଗୋଟିଏ ବସ୍‌

ବ୍ରହ୍ମପୁର ଅଫିସ, ୨୯ା୫- ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ କରିବା ନେଇ ସରକାରଙ୍କ ଅନୁମତି ପରେ ବି ଗୁରୁବାର ବ୍ରହ୍ମପୁରରୁ ସ୍ବାଭାବିକ ହୋଇପାରିନି ବସ୍‌ ଚଳଚଳ। ସେବା ସ୍ବାଭାବିକ କରିବାକୁ ନେଇ ସରକାରଙ୍କ ଅନୁମତି ପରେ ଗୁରୁବାର ସକାଳୁ କିଛି ବସ୍‌ ବ୍ରହ୍ମପୁର ନୂଆ ବସ୍‌ଷ୍ଟାଣ୍ଡରେ ପହଞ୍ଚିଥିଲେ ମଧ୍ୟ ଯାତ୍ରୀ ନ ଥିବାରୁ ବସ୍‌ଗୁଡିକ ଯାଇପାରି ନ ଥିଲା। ମାତ୍ର ଗୋଟିଏ ବସ୍‌ ୧୧ ଜଣ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଇଥିବା ସୂଚନା ମିଳିଛି।
ସୂଚନାପ୍ରକାରେ, କୋଭିଡ୍‌-୧୯ ସଂକ୍ରମଣ ନେଇ ସାମାଜିକ ଦୂରତ୍ୱ ରକ୍ଷା, ସାନିଟାଇଜର ଓ ମାସ୍କ ବ୍ୟବହାର ନିୟମ ପାଳନ ପୂର୍ବକ ରାଜ୍ୟରେ ଗୁରୁବାରରୁ ବସ୍‌ ଚଳାଚଳ ସ୍ବାଭାବିକ ହେବା ନେଇ ବୁଧବାର ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ସାଧାରଣ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଏହି ନିଷ୍ପତ୍ତି ପରେ ଗୁରୁବାର ପୂର୍ବାହ୍ନରେ ଘରୋଇ ବସ୍‌ ନୂଆ ବସ୍‌ଷ୍ଟାଣ୍ଡରେ ପହଞ୍ଚିଥିଲା। କିନ୍ତୁ ଯାତ୍ରୀ ଆସି ନ ଥିବାରୁ ଯାତାୟାତ ଆରମ୍ଭ କରିପାରି ନ ଥିଲା। କେବଳ ୧୧ ଜଣ ଯାତ୍ରୀଙ୍କୁ ନେଇ ୪୧ ସିଟ୍‌ ବିଶିଷ୍ଟ ଖମ୍ଭେଶ୍ୱରୀ ବସ୍‌ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ କୋଭିଡ-୧୯ ସଂକ୍ରମଣ ଭୟ ତଥା ରାଜ୍ୟ ସମସ୍ତ ସ୍ଥାନରେ ସରକାରଙ୍କ ପକ୍ଷରୁ ଆନୁସଙ୍ଗିକ ବ୍ୟବସ୍ଥା ସ୍ବାଭାବିକ ହୋଇପାରି ନ ଥିବାରୁ ଯାତ୍ରୀମାନେ ଅସୁ ନ ଥିବା କହିଛନ୍ତି ଗଞ୍ଜାମ ଜିଲା ଘରୋଇ ବସ ମାଲିକ ସଂଘର ସାଧାରଣ ସମ୍ପାଦକ ସୁବାସ ଚନ୍ଦ୍ର ପଟ୍ଟନାୟକ। ବର୍ତ୍ତମାନ ବ୍ରହ୍ମପୁରରୁ ଗଞ୍ଜାମ ଜିଲା ତଥା ବାହାରକୁ ବିଭିନ୍ନ ରୁଟରେ ଯାତାୟାତ କରୁଥିବା ୫୦୦ରୁ ୬୦୦ ବସ୍‌ ଚଳାଚଳ କରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri