ଗ୍ରାମାଞ୍ଚଳରେ କରୋନା ରୋଗୀଙ୍କ ପ୍ରତି ଘୃଣା ବଢୁଛି

ଭୁବନେଶ୍ୱର,୨୯। ୫ (ବ୍ୟୁରୋ): ବର୍ତ୍ତମାନ ଗ୍ରାମାଞ୍ଚଳ ତଥା ଗ୍ରାମପଞ୍ଚାୟତ ସ୍ତରରେ କରୋନା ରୋଗୀଙ୍କ ପ୍ରତି ଘୃଣା ଭାବ ବୃଦ୍ଧି ପାଉଛି। ଭବିଷ୍ୟତରେ ସ୍ବାଭାବିକ ଅବସ୍ଥା ବଜାୟ ରଖିବାକୁ ହେଲେ ଏଥିପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ସରକାରୀ ସ୍ତରରେ ଗ୍ରାମ୍ୟ କମିଟି ସହ ନିରନ୍ତର ବୈଠକ ଓ ଆଲୋଚନା କରାଯାଇ ଜନସାଧାରଣଙ୍କ ମଧ୍ୟରେ କୋଭିଡ୍‌-୧୯ ପ୍ରତି ଜନସଚେତନତା ସୃଷ୍ଟି କରିବା ଆବଶ୍ୟକ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି।
ଗୁରୁବାର ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କୋଭିଡ୍‌-୧୯ ସମ୍ପର୍କିତ ଉଚ୍ଚ କ୍ଷମତା ସମ୍ପନ୍ନ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଯୋଗଦେଇ ସ୍ବାସ୍ଥ୍ୟମନ୍ତ୍ରୀ ଦାସ କହିଲେ, ଫେରନ୍ତା ପ୍ରବାସୀଙ୍କ ମଧ୍ୟରେ ବର୍ତ୍ତମାନ ଶିଶୁ ଓ ଗର୍ଭବତୀ ମହିଳାଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସେମାନଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରଖାଯାଉଥିବାବେଳେ କିପରି ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେବ ସେଥିପ୍ରତି ଧ୍ୟାନ ଦେବା ଆବଶ୍ୟକ। ସେହିପରି ଜିଲା ସ୍ତରରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହୁଥିବା କିଶୋରୀ କିଶୋରଙ୍କୁ ନିର୍ଯାତନା ଓ ଶୋଷଣରୁ ରକ୍ଷା କରିବା ପାଇଁ ଜିଲା ଶିଶୁ ଅଧିକାରୀଙ୍କ ମାଧ୍ୟମରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ଆନୁଷଙ୍ଗିକ ବ୍ୟବସ୍ଥା ସହ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଯେଉଁ ହସ୍ପିଟାଲ କୋଭିଡ୍‌ ପରୀକ୍ଷଣ ପାଇଁ ଅନୁମତି ପାଇଛନ୍ତି, ସେମାନଙ୍କ କାର୍ଯ୍ୟ ବ୍ୟବସ୍ଥା ଯାଞ୍ଚ ଓ ସମୀକ୍ଷା କରିବା, ଆର୍‌ଟିପିସିଆର ମେଶିନ ଓ କୋଭିଡ୍‌ ପରୀକ୍ଷଣ ପାଇଁ ଆବଶ୍ୟକ କିଟ୍‌ଗୁଡ଼ିକୁ ନିୟମିତ ଯାଞ୍ଚ କରିବା ଏବଂ ରାଜ୍ୟରେ କୋଭିଡ୍‌-୧୯ ପ୍ରସଙ୍ଗକୁ ସବୁ ଦିଗରୁ ତର୍ଜମା କରି ଆବଶ୍ୟକ ସାମଗ୍ରୀ ସଂରକ୍ଷିତ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ଏହି ଭିଡିଓ କନ୍‌ଫରେନ୍ସରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ସମେତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ରାଜ୍ୟରେ କରୋନା ସ୍ଥିତିକୁ ନେଇ ଆଲୋଚନା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ।...

ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି...

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri