Posted inଖେଳ

ଚାପର ମୁକାବିଲା କରିବାରେ ରୋହିତ ସିଦ୍ଧହସ୍ତ: ଲକ୍ଷ୍ମଣ

ନୂଆଦିଲ୍ଲୀ,୨୯।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭାରତୀୟ ଓପନର ରୋହିତ ଶର୍ମା ନିଜକୁ ଜଣେ ସଫଳ ଅଧିନାୟକ ଭାବେ ଗଢି ତୋଳିଛନ୍ତି। ଚାପକୁ ମୁକାବିଲା କରିବାରରେ ରୋହିତ ବେଶ୍‌ ସଫଳ। ଏଥିପାଇଁ ସେ ଆଇପିଏଲ୍‌ର ସଫଳତମ ଅଧିନାୟକ ହୋଇପାରିଛନ୍ତି ବୋଲି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା କହିଛନ୍ତି। କଷ୍ଟକର ପରିସ୍ଥିତିରେ ଓ ଚାପରେ ସେ ବେଶ୍‌ ଶାନ୍ତ ରହିଥାନ୍ତି। ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେଇ ୩୩ ବର୍ଷୀୟ ରୋହିତଙ୍କ ୪ଥର ଆଇପିଏଲ୍‌ ଟାଇଟଲ ଅର୍ଜନ କରିଛନ୍ତି। ଏହି କ୍ରମରେ ସେ ମହେନ୍ଦ୍ର ସିଂ ଧୋନୀଙ୍କଠାରୁ ଗୋଟିଏ ପାଦ ଆଗରେ ରହିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଇ ଧୋନୀ ୩ଥର ଆଇପିଏଲ୍‌ ଟାଇଟଲ ଜିତିଛନ୍ତି।
ରୋହିତ ପ୍ରଥମେ ଡେକାନ ଚାର୍ଜର୍ସ ତରଫରୁ ଆଇପିଏଲ୍‌ ଖେଳିଥିଲେ। ସେବେଠାରୁ ସେ ନିଜକୁ ଜଣେ ଉଚ୍ଚକୋଟୀର ବ୍ୟାଟ୍ସମ୍ୟାନ ଓ ଅଧିନାୟକ ରୂପେ ଗଢି ତୋଳିଛନ୍ତି ବୋଲି ଲକ୍ଷ୍ମଣ କହିଛନ୍ତି। ଆଇପିଏଲ୍‌ ଇତିହାସରେ ରୋହିତ ତୃତୀୟ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ସାବ୍ୟସ୍ତ ହୋଇଛନ୍ତି। ସେ ୧୮୮ଟି ମ୍ୟାଚ୍‌ ଖେଳି ୩୧.୬୦ ରନ ହାରରେ ୪୮୯୮ ରନ ସଂଗ୍ରହ କରିଛନ୍ତି। ଅପରାଜିତ ୧୦୯ ରନ ହେଉଛି ତାଙ୍କର ସର୍ବାଧିକ ବ୍ୟକ୍ତିଗତ ସ୍କୋର। ପ୍ରତ୍ୟେକ ମ୍ୟାଚ୍‌ ଖେଳିବା ସହ ସେ ତାଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିବାରେ ସଫଳ ହୋଇଛନ୍ତି। ତେବେ ସବୁଠାରୁ ବଡ଼ କଥା ହେଉଛି ସେ ଚାପକୁ ଅତି ସୁନ୍ଦର ଭାବେ ସମ୍ମୁଖୀନ ହୋଇଥାନ୍ତି। ଏହି ନିଶ୍ଚିତ ଭାବେ ଶିକ୍ଷଣୀୟ। ଚାପରେ ସେ ଆହୁରି ଅଧିକ ପ୍ରଭାବୀ ବ୍ୟାଟିଂ ପ୍ରଦର୍ଶନ କରିଥାନ୍ତି ଓ ଦଳକୁ ବିଜୟ ପ୍ରଦାନ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାନ୍ତି। ଏ ନେଇ ଏକାଧିକ ଉଦାହରଣ ରହିଛି। ଏଥିପାଇଁ ସେ ଆଇପିଏଲ୍‌ ଇତିହାସରେ ସଫଳତମ ଅଧିନାୟକ ହୋଇପାରିଛନ୍ତି ବୋଲି ଲକ୍ଷ୍ମଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri