Posted inଜାତୀୟ

୩,୮୪୦ ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌: ଯାତ୍ରା କରିଛନ୍ତି ୫୨ ଲକ୍ଷରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ,୨୯।୫: ରେଲଓ୍ବେ ବୋର୍ଡର ଅଧ୍ୟକ୍ଷ ବିନୋଦ କୁମାର ଯାଦବ ଶୁକ୍ରବାର ସୂଚନା ଦେଇଛନ୍ତି, ଗତ ପ୍ରାୟ ୧ ସପ୍ତାହ ହେବ ପ୍ରତିଦିନ ପାଖାପାଖି ୩ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇଛି ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌। ଏହା ବ୍ୟତୀତ ମେ’ ୨୮ ପର୍ଯ୍ୟନ୍ତ ପାଖାପାଖି ୩,୮୪୦ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୫୨ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ସେମାନଙ୍କ ରାଜ୍ୟକୁ ଫେରି ସାରିଛନ୍ତି। ତେବେ ରାଜ୍ୟ ସରକାର ଯେତିକି ଟ୍ରେନ୍‌ ମାଗିଥିଲେ ଆମେ ସେହି ଅନୁଯାୟୀ ସ୍ପେଶାଲ ଟ୍ରେନ୍‌ ଯୋଗାଇ ଦେଇଛୁ ବୋଲି ବିନୋଦ କୁମାର ସୂଚନା ଦେଇଛନ୍ତି। ୩,୮୪୦ ଟ୍ରେନ୍‌ ମଧ୍ୟରୁ କେବଳ ୪ଟି ଟ୍ରେନ୍‌ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବାକୁ ୭୨ ଘଣ୍ଟାରୁ ଅଧିକ ସମୟ ନେଇଥିବା ବେଳେ ପ୍ରାୟ ୯୦ ପ୍ରତିଶତ ଟ୍ରେନ୍‌ ନିର୍ଦ୍ଧାରିତ ସମୟରେ ନିଜ ନିଜ ସ୍ଥାନରେ ପହଞ୍ଚିଥିଲେ। କୋଭିଡ-୧୯ କାରଣରୁ ବହୁ ଅସୁବିଧାର ସମ୍ମୁଖୀନ କରିବାକୁ ପଡୁଛି। ତେବେ ରେଲଓ୍ବେ ପକ୍ଷରୁ ସବୁ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରାଯାଉଛି। ସମସ୍ତ ଯାତ୍ରୀଙ୍କୁ ଖାଦ୍ୟ ଓ ପାନୀୟ ଯୋଗାଇ ଦେବାକୁ ମଧ୍ୟ ବ୍ୟବସ୍ଥା କରାଯାଉଛି। ଯଦି ନିହାତି ଆବଶ୍ୟକ ନାହିଁ ତେବେ ଜଟିଳ ରୋଗରେ ପୀଡ଼ିତ ବ୍ୟକ୍ତି, ଗର୍ଭବତୀ, ୧୦ ବର୍ଷରୁ କମ୍‌ ବୟସର ଶିଶୁ ଓ ୬୫ ବର୍ଷରୁ ଅଧିକ ବୟସର ବ୍ୟକ୍ତି ଟ୍ରେନ୍‌ରେ ଯାତ୍ରା କରନ୍ତୁ ନାହିଁ। ଷ୍ଟେଶନମାନଙ୍କରେ ପ୍ରବାସୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଖାଦ୍ୟ ଯୋଗାଇ ଦିଆଯାଉଥିବା ବେଳେ ଟ୍ରେନ୍‌ରେ ରେଲଓ୍ବେ ପକ୍ଷରୁ ଖାଦ୍ୟ ଓ ପାନୀୟ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି। ଯେପର୍ଯ୍ୟନ୍ତ ପ୍ରବାସୀମାନେ ସେମାନଙ୍କ ଘରେ ପହଞ୍ଜି ସାରି ନାହାନ୍ତି ସେପର୍ଯ୍ୟନ୍ତ ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌ ଚଳାଚଳ କରିବ ବୋଲି ବିନୋଦ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri