ଛତ୍ରପୁରରେ ଟ୍ରେନ୍‌ ଚେନ୍‌ ପୁଲିଂ କରି ପୁଣି ଓହ୍ଲାଇଲେ ୧୨୦୦ ପ୍ରବାସୀ: ଭୁଲିଗଲେ ସାମାଜିକ ଦୂରତା

ଛତ୍ରପୁର,୨୯ା୫(ଡି.ଏନ୍‌.ଏ)-ପୁଣି ଟ୍ରେନ ଚେନ ପୁଲିଂ କରି ଓହ୍ଲାଇ ପଡ଼ିଛନ୍ତି ପ୍ରବାସୀ। ଏପରି ଘଟଣା ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ସୁରଟରୁ ପ୍ରବାସୀଙ୍କୁ ନେଇ ବାଲେଶ୍ୱର ଅଭିମୁଖେ ଯାଉଥିବା ଏକ ଟ୍ରେନ୍‌ର ଚେନ୍‌ ପୁଲିଂ କରି ଶୁକ୍ରବାର ସାରେ ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓହ୍ଲାଇ ପଡ଼ିଥିଲେ। ଏପରି କି ସାମାଜିକ ଦୂରତାକୁ ପଛରେ ପକାଇ ପ୍ରବାସୀ ଶ୍ରମିକ ଓ ସେମାନଙ୍କ ପରିବାର ସଦସ୍ୟ ଗୋଟିଏ ସ୍ଥାନରେ ରୁଣ୍ଡ ହୋଇ ଘଣ୍ଟା ଘଣ୍ଟା ଏକାଠି ରହିଥିବା ଦେଖିବାକୁ ମିଳିଥିଲା। ପ୍ରବାସୀମାନେ ଓହ୍ଲାଇ ପଡ଼ିବା ପରେ ଉକ୍ତ ଟ୍ରେନ୍‌ଟି ନିଜ ଗନ୍ତବ୍ୟ ସ୍ଥାନ ଅଭିମୁଖେ ଚାଲିଯାଇଥିବା ଜଣାପଡ଼ିଛି। ଖବରପାଇ ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବିଡିଓ ଅମ୍ବିକା ପ୍ରସାଦ ଦଶ, ତହସିଲଦାର ନୀଳମାଧବ ଭୋଇ, ଡେପୁଟି କଲେକ୍ଟର ବିଜୟାନନ୍ଦ ସେଠୀ ପ୍ରମୁଖ ପହଞ୍ଚି ଲୋକଙ୍କୁ ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି। ଟ୍ରେନ୍‌ରୁ ଓହ୍ଲାଇ ପଡିଥିବା ଜିଲାର ସମସ୍ତ ପ୍ରବାସୀଙ୍କୁ ନିଜ ନିଜ ବ୍ଲକର ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରକୁ ବସ ଯୋଗେ ପଠାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ଆଇନର ବିଭିନ୍ନ ଦିଗ ଉପରେ ସଚେତନ କରାଇଲେ ଅତିରିକ୍ତ ଜିଲା ଦୌରାଜଜ୍‌

ଛତ୍ରପୁର/ଗଞ୍ଜାମ,୨ା୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ତାଲୁକ ଆଇନ ସେବା କମିଟି ପକ୍ଷରୁ ଗଞ୍ଜାମସ୍ଥିତ ଗ୍ରାସିମ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ ପରିସରରେ ‘ପରିବେଶଗତ ନ୍ୟାୟ’ ସମ୍ବନ୍ଧୀୟ ଏକ ଆଇନ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri