ଟ୍ରକ୍‌ ଧକ୍କାରେ ଯୁବତୀ ମୃତ, ରାସ୍ତାରୋକୋ

ଖଲ୍ଲିକୋଟ,୩୦ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ବ୍ଲକ ଭେଜିପୁଟ ଫାଣ୍ଡି ଆଗରେ ଶନିବାର ସନ୍ଧ୍ୟାରେ ଟ୍ରକ ଧକ୍କାରେ ସାନ ଭଉଣୀଙ୍କ ମୃତ୍ୟୁ ଘଟିଥିବାବେଳେ ବଡ ଭଉଣୀ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭେଜିପୁଟର ପୁଷ୍ପାଞ୍ଜଳୀ ମହାରଣା (୧୮)। ଖବର ପାଇ ଅଞ୍ଚଳବାସୀ ପ୍ରାୟ ୩ ଘଣ୍ଟା ଧରି ଜାତୀୟ ରାଜପଥ ନଂ.୧୬ ଅବରୋଧ କରିଥିଲେ। ଭେଜିପୁଟ ଫାଣ୍ଡି ପୋଲିସ ଟ୍ରକ୍‌ ଚାଳକଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।
ପୁଷ୍ପାଞ୍ଜଳି ଓ ଲିଲି ସନ୍ଧ୍ୟାରେ ଔଷଧ କିଣିବାକୁ ଯାଉଥିଲେ। ଭେଜିପୁଟ ଫାଣ୍ଡି ଆଗରେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ପୁଷ୍ପାଞ୍ଜଳୀଙ୍କ ମୃତ୍ୟୁ ଘଟିଥିବାବେଳେ ଲିଲିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଥିଲେ। ପରିବାର ଲୋକ ଅଞ୍ଚଳବାସୀ ସନ୍ଧ୍ୟା ପ୍ରାୟ ସାଢେ ୫ଟାରୁ ସାଢେ ୮ଟା ପର୍ଯ୍ୟନ୍ତ ରାସ୍ତାରୋକୋ କରିଥିଲେ। ଖଲ୍ଲିକୋଟ ତହସିଲଦାର ଚକ୍ରଧର ପାଢ଼ୀ,ଏସ୍‌ଡିପିଓ ଗୌତମ କିଷାନ, ଖଲ୍ଲିକୋଟ ଥାନାଧିକାରୀ ସତ୍ୟରଞ୍ଜନ ପ୍ରଧାନ, ଭେଜିପୁଟ ଫାଣ୍ଡି ଓଆଇସି ଟୁନା ପିଡ଼ିକା ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ତହସିଲଦାର ରେଡକ୍ରସ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri