ବ୍ୟାଡ୍‌ ବ୍ୟାଙ୍କ ସ୍ଥାପନ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୫: କରୋନା ମହାମାରୀ ସାରା ବିଶ୍ୱର ବାଣିଜ୍ୟ କାରବାରକୁ ବହୁ ହାରରେ କ୍ଷତି ପହଞ୍ଚାଇଛି। ଏଥିଯୋଗୁ କମ୍ପାନୀଗୁଡିକ ଦେବାଳିଆ ହେବା ସହ ବୃହତ୍‌ ହାରରେ ଅନାଦାୟ ଋଣ(ଏନ୍‌ପିଏ) ବୃଦ୍ଧି ହେଉଥିବା ଦେଖାଯାଇଛି। ଏହି ସମସ୍ୟାକୁ ଧ୍ୟାନରେ ରଖି ଏକ ବ୍ୟାଡ୍‌ ବ୍ୟାଙ୍କ ସ୍ଥାପନ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସରକାର ଏବଂ ବିଭିନ୍ନ ନିୟାମକ ଏ ସମ୍ପର୍କରେ ପ୍ରାରମ୍ଭିକ ଆଲୋଚନା କରିଛନ୍ତି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ନ ବଢ଼ାଇବା ଲାଗି ସରକାର ଚିନ୍ତା କରୁଛନ୍ତି। କାରଣ ଜିଏସ୍‌ଟି ବଢିଲେ ବିଭିନ୍ନ ସାମଗ୍ରୀ ଦର ବୃଦ୍ଧି ଘଟିବ ଏବଂ ଲୋକମାନେ ଏହାଦ୍ୱାରା ବିଭିନ୍ନ ସମସ୍ୟା ସାମ୍ନା କରିବେ। ବାଣିଜ୍ୟ ପରିଚାଳନାରେ ବିଭିନ୍ନ ସମସ୍ୟା ଉପୁଜୁଥିବାରୁ ଟିକସ ହ୍ରାସ ସମେତ ଅନ୍ୟ ପଦକ୍ଷେପ ନେବାକୁ କମ୍ପାନୀଗୁଡିକ ଦାବି କରୁଛନ୍ତି। ସେହିଭଳି ଲୋକଙ୍କ ନିକଟକୁ ପ୍ରତ୍ୟକ୍ଷ ଭାବେ ଅର୍ଥ ହସ୍ତାନ୍ତର ହେଲେ ଏହା ଚାହିଦା ବଢାଇବା ଦିଗରେ ଯୋଗଦାନ ରଖିବ। ହେଲେ ଏଭଳି କୌଣସି ପଦକ୍ଷେପ ସରକାର ବର୍ତ୍ତମାନ ଯାଏ ହାତକୁ ନେଇ ନାହାନ୍ତି। ଆସନ୍ତା ମାସରେ ଜିଏସ୍‌ଟି ବୈଠକ ବସିବାକୁ ଯାଉଛି। ବର୍ତ୍ତମାନ ଟିକସ ସଂଗ୍ରହ କମିଥିଲେ ମଧ୍ୟ ଜିଏସ୍‌ଟି ବଢିବ ନାହିଁ ବୋଲି ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଟିକସ ସଂଗ୍ରହ କମିଥିବା ବେଳେ ସରକାରଙ୍କୁ ଅଧିକ ଖର୍ଚ୍ଚ କରିବାକୁ ପଡୁଛି। ଫଳରେ ସରକାର ଅଧିକ ଋଣ କରିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri