ଏବେ ଦେଶ ହେଲା ଅନ୍‌ଲକ୍‌, ସତର୍କତା ଜରୁରୀ: ମୋଦି

ନୂଆଦିଲ୍ଲୀ,୩୧।୫: ଏବେ ଦେଶ ଅନ୍‌ଲକ୍‌ ହୋଇଛି। ଅର୍ଥବ୍ୟବସ୍ଥାରେ ସୁଧାର ପାଇଁ ଦେଶର ଏକ ବୃହତମ କ୍ଷେତ୍ରକୁ ଖୋଲି ଦିଆଯାଇଛି। ତେବେ କରୋନା ମହାମାରୀ ରହିଛି। ତେଣୁ ପ୍ରତିଟି କାର୍ଯ୍ୟରେ ତଥା କ୍ଷେତ୍ରରେ ସତର୍କତା ଜରୁରୀ। ୬୫ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ପ୍ରବାସୀ ଶ୍ରମିକଙ୍କ ପାଇଁ ଦେଶରେ ଟ୍ରେନ୍‌ ଚଳାଚଳ କରୁଛି। ଯଦି ଗାଁ ଲୋକଙ୍କ ପାଖରେ ଆବଶ୍ୟକ କାମ ଥାଆନ୍ତା ଏବଂ ଗ୍ରାମାଞ୍ଚଳରେ ଆତ୍ମନିର୍ଭରଶୀଳତା ସୃଷ୍ଟି ହୋଇପାରିଥାନ୍ତା, ଆଜି ଗାଁ ଲୋକେ ଭିଟାମାଟି ଛାଡ଼ି ପ୍ରବାସୀ ସାଜି ନ ଥାନ୍ତେ। ସେମାନଙ୍କ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ତେବେ ଦେଶକୁ ଆତ୍ମ ନିର୍ଭରଶୀଳ କରାଇବା ନେଇ ସଭିଏଁ ମିଳିତ ଭାବେ କାର୍ଯ୍ୟ କରିବାର ଏବେ ଆବଶ୍ୟକତା ଥିବା ପ୍ରଧାନମନ୍ତ୍ରୀ କହିଛନ୍ତିି। ଦେଶରେ କରୋନା ଲଢ଼େଇ ଧର୍ଯ୍ୟର ସହିତ ଲଢ଼ାଯାଉଛି। ଅନ୍ୟ ଦେଶ ତୁଳନାରେ ଭାରତରେ କରୋନା ମହାମାରୀର ସଂକ୍ରମଣ ତୀବ୍ରଭାବେ ହୋଇନାହିଁ। ଏହି ଯୁଦ୍ଧରେ ମିଳିତ ଭାବେ ଲଢ଼ିବା ଜରୁରୀ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri