୧୮ ସପ୍ତାହରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଲା

ନୂଆଦିଲ୍ଲୀ,୧।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଗତ ୧୮ ସପ୍ତାହ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ୬୨୨ରେ ପହଞ୍ଚିଛି। ଏହା କରୋନା ଓ୍ବାଲର୍‌ଡ ମିଟର ଡାଟାବେସ୍‌ରୁ ଦର୍ଶାଯାଇଛିି। ସେହିପରି ମୃତକଙ୍କ ସଂଖ୍ୟା ୫ ହଜାର ୪୦୮ ଛୁଇଁଛି। ଅପରପକ୍ଷରେ ୯୧ ହଜାର ୮୫୫ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭାରତରେ ପ୍ରଥମ କରୋନା ସଂକ୍ରମିତଙ୍କୁ ଜାନୁୟାରୀ ୩୦ରେ ଚିହ୍ନଟ କରାଯାଇଥିଲା। ୩୧ ମେ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ଏବେ ୮ ହଜାରରୁ ଅଧିକ ହେବାରେ ଲାଗିଛି। ଏପରି ଜାରି ରହିଲେ ଆଉ ଗୋଟିଏ ଦିନ ପରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଛୁଇଁବାର ଆଶଙ୍କା ରହିଛି। ତେବେ ଭାରତରେ କରୋନା ସଂକ୍ରମଣ ହାର ଆମେରିକା ଏବଂ ଅନ୍ୟ ବିକଶିତ ଦେଶ ତୁଳନାରେ ଯଥେଷ୍ଟ କମ୍‌ ରହିଛି। ୧୮ ସପ୍ତାହ ମଧ୍ୟରେ ଆମେରିକାରେ ସଂକ୍ରମିତ ସଂଖ୍ୟା ୧୪ ଲକ୍ଷ ୭୭ ହଜାର ଟପିଥିଲା। ଭାରତରେ ୧୦୧ ଦିନରେ ସଂକ୍ରମିତଙ୍କ ସଂଖ୍ୟା ୬୪ ହଜାର ଥିବାବେଳେ ଆମେରିକାରେ ଏହା ୬୭ ଏବଂ ଚାଇନା ଏହି ସଂଖ୍ୟା ୨୮ ଦିନରେ ଛୁଇଁଥିଲା। ସେହିପରି ଭାରତରେ ୧୧୪ ଦିନରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୨୮ ହଜାର ଛୁଇଁଥିବାବେଳେ ଆମେରିକାରେ ୭୩ ଦିନରେ ଏହା ଘଟିଥିଲା। ଭାରତରେ ଲକ୍‌ଡାଉନ୍‌ ଯୋଗୁ ସ୍ଥିତି ନିୟନ୍ତ୍ରଣରେ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri