Posted inଖେଳ

ହାର୍ଦ୍ଦିକଙ୍କ ପିତା ହେବା ଖବର ଶୁଣି ଏମିତି କହିଲେ କୋହଲି

ପୁଣି ଏକ ନୂଆ ବାଉନ୍ସର ଛାଡିଛନ୍ତି ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ନୂଆବର୍ଷର ଠିକ ପୂର୍ବଦିନ ଅଚାନକ ନିଜ ନିର୍ବନ୍ଧ ଖବର ଦେଇ ପ୍ରଶଂସକଙ୍କୁ ଚକିତ କରି ଦେଇଥିବା ହାର୍ଦ୍ଦିକ ଖୁବ୍‌ ଶୀଘ୍ର ପିତା ହେବା ଖବର ନିଜ ଫ୍ୟାନ୍‌ଙ୍କୁ ଦେଇଛନ୍ତି। ଏହି ଖବର ଆସିବା ପରେ ତାଙ୍କୁ ବହୁ କ୍ରିକେଟର ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କହିଛନ୍ତି, ଉଭୟଙ୍କୁ ଅଭିନନ୍ଦନ; ନୂଆ ମେମ୍ବରଙ୍କୁ ଅନେକ ଭଲପାଇବା ଏବଂ ଆଶୀର୍ବାଦ। ସେପରି କୋଚ ରବି ଶାସ୍ତ୍ରୀ, ବୋଲର ୟୁଜବେନ୍ଦ୍ର ଚହଲ, ଶୁଭମନ ଗିଲ୍‌, ଶିଖର ଧାଓ୍ବନ, କିରଣ ପୋଲାର୍ଡ ପ୍ରମୁଖ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରବିବାର ଗର୍ଲଫ୍ରେଣ୍ଡ ନତାଶା ଷ୍ଟାଙ୍କୋଭିକ୍‌ଙ୍କ ପେଟ ଉପରେ ପାଣ୍ଡ୍ୟା ହାତ ରଖିଥିବା ଫଟୋ ଶେୟାର କରିଥିଲେ। ‘ନତାଶା ଓ ମୋର ଜୀବନ ଯାତ୍ରା ବହୁତ ସୁଖଦ ରହିଛି। ଏହା ଆହୁରି ରୋଚକ ହେବାକୁ ଯାଉଛି। ଆମେ ଦୁଇ ଜଣ ଆମ ଜୀବନକୁ ଖୁବଶୀଘ୍ର ଜଣେ ନୂଆ ଆଗନ୍ତୁକଙ୍କୁ ସ୍ବାଗତ କରିବାକୁ ଯାଉଛୁ। ଜୀବନର ଏହି ପର୍ଯ୍ୟାୟକୁ ନେଇ ଆମେ ବହୁତ ରୋମାଞ୍ଚିତ ଅଛୁ। ଆପଣଙ୍କ ଆଶୀର୍ବାଦ ଓ ଶୁଭେଚ୍ଛା କାମନା କରୁଛୁ ବୋଲି’ ପାଣ୍ଡ୍ୟା ଏହି ଫଟୋ କ୍ୟାପ୍‌ସନ୍‌ରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ୍‌: ଗୋଟିଏ ଗ୍ରୁପ୍‌ରେ ଭାରତ, ଅଷ୍ଟ୍ରେଲିଆ, ପାକିସ୍ତାନ

ଦୁବାଇ, ୫ା୫:ଚଳିତବର୍ଷ ଅକ୍ଟୋବର ୩ରୁ ୨୦ ତାରିଖ ପର୍ଯ୍ୟନ୍ତ ବାଂଲାଦେଶରେ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ର ୯ମ ସଂସ୍କରଣ ଅନୁଷ୍ଠିତ ହେବ। ରବିବାର ଅନ୍ତର୍ଜାତୀୟ କ୍ରିକେଟ...

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି...

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ...

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ...

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’

ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍‌ ଜନ୍‌ ଲୁଇସ୍‌। ଚୂଡାନ୍ତ ଏକାଦଶ ଚୟନ...

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…

ଲକ୍ଷ୍ନୌ, ୫ା୫: ପେସ୍‌ ସେନ୍‌ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍‌ ଜଷ୍ଟିନ ଲାଙ୍ଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri