ମୃତ ପ୍ରବାସୀ ଶ୍ରମିକଙ୍କ ଉଦ୍ଦେଶ୍ୟରେ ସ୍ମୃତିଚାରଣ

ବାଲେଶ୍ୱର ଅଫିସ, ୧।୬-ସମଗ୍ର ଦେଶରେ ଲକ୍‌ଡାଉନ୍‌ ଯୋଗୁ ଜୀବିକା ହରାଇ ଭୋକିଲା ପେଟରେ ହଜାର ହଜାର କି.ମି. ପାଦରେ ଚାଲିବା ସହ ଅକାଳ ମୃତ୍ୟୁବରଣ କରିଥିବା ପ୍ରବାସୀ ଶ୍ରମିକଙ୍କ ସମ୍ମାନାର୍ଥେ ଉତ୍କଳ ମହିଳା ସମିତି ପକ୍ଷରୁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ଲାକାର୍ଡ ପ୍ରଦର୍ଶନ ପୂର୍ବକ ସ୍ମୃତିଚାରଣ କରାଯାଇଛି। ଏହାସହ ୮ ଦଫା ଦାବି ପୂରଣ ଲାଗି ସମିତି ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ପ୍ରବାସୀ ଶ୍ରମିକ ଆଇନ ୧୯୭୯ର ସଂଶୋଧନ କରି କର୍ମନିଯୁକ୍ତି ସୁରକ୍ଷା ସହ ଅନ୍ୟାନ୍ୟ ସାମାଜିକ ସୁରକ୍ଷା ପ୍ରଦାନ ବ୍ୟବସ୍ଥା ସହ ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା ମାଧ୍ୟମରେ ଖାଦ୍ୟ ସାମଗ୍ରୀ ପ୍ରଦାନ, ସମସ୍ତଙ୍କୁ ସ୍ବାସ୍ଥ୍ୟସେବା, ଶିକ୍ଷାଦାନ, କର୍ମନିଯୁକ୍ତି ଓ ସାମ୍ବିଧାନିକ ଗଣତନ୍ତ୍ର ସୁରକ୍ଷା କରିବା, ମହାତ୍ମାଗାନ୍ଧୀ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଯୋଜନାରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ବାର୍ଷିକ ଅନ୍ୟୁନ ୨୬୦ଦିନ କର୍ମନିଯୁକ୍ତି ପ୍ରଦାନ, ପ୍ରତ୍ୟେକ ପ୍ରବାସୀ ଶ୍ରମିକ ଓ ଅସଙ୍ଗଠିତ କ୍ଷେତ୍ର ଶ୍ରମିକ ପରିବାରକୁ ମାସିକ ୧୦ହଜାର ଟଙ୍କା ହାରରେ ଅନ୍ୟୁନ ୬ମାସ ରିଲିଫ ପ୍ରଦାନ, ପିଏମ୍‌ କେୟାରର ସ୍ବଚ୍ଛତା ସନ୍ଦେହ ଘେରରେ ଥିବାରୁ ଏହି ସଂସ୍ଥାକୁ ଉଚ୍ଛେଦ କରି ସମସ୍ତ ସଂଗୃହୀତ ଅର୍ଥ ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିରେ ସାମିଲ କରାଯିବାକୁ ଦାବି କରାଯାଇଛି। ଅନ୍ୟପକ୍ଷରେ ମଦ ବ୍ୟବସାୟ ସମ୍ପୂର୍ଣ୍ଣ ବନ୍ଦ କରି ସମସ୍ତ ଜନତାଙ୍କୁ ରାଶନ ବ୍ୟବସ୍ଥା ଦାବି ନେଇ ଆସନ୍ତା ଜୁନ୍‌ ୪ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ସମିତି ପକ୍ଷରୁ ଆହ୍ବାନ ଦିଆଯାଇଛି। ଉତ୍କଳ ମହିଳା ସମିତିର ରାଜ୍ୟ ସାଧାରଣ ସମ୍ପାଦିକା ପ୍ରଭାବତୀ ଦାସ, ଜିଲା ସଭାନେତ୍ରୀ ବନ୍ଦନା ବିଶ୍ୱାସ, ହେମପ୍ରିୟା ବାରିକ, ଆରତୀ ପତି, ଭାନୁମତୀ ନାୟକ, ଆରତୀ ସରେନ ଓ ଲକ୍ଷ୍ମୀ ଟୁଡୁ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri