ଦୁର୍ବଳ ନଦୀବନ୍ଧ, ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାକୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ଲାଗି ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରି ଚଳିତ ବର୍ଷାଋତୁକୁ ଆଖିଆଗରେ ରଖି ଜିଲାକୁ କିପରି ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରାଯାଇପାରିବ ସେନେଇ ବିସ୍ତୃତ ଆଲୋଚନା କରିଥିଲେ। ବିଶେଷ କରି ଦୁର୍ବଳ ନଦୀବନ୍ଧ, କେନାଲ ଓ ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ ଦିଆଯାଇଥିଲା। ଖରାପ ହୋଇପଡ଼ିଥିବା ବୃଷ୍ଟିପାତ ମାପକ ଯନ୍ତ୍ର, ବିପର୍ଯ୍ୟୟ ସମୟରେ ଟେଲି ଯୋଗଯୋଗ, ବହୁମୁଖୀ ବାତ୍ୟା ଏବଂ ବନ୍ୟା ଆଶ୍ରୟସ୍ଥଳୀ, ପାୱାରବୋଟ୍‌ ଓ ଦେଶୀଡଙ୍ଗା ମରାମତି, ବିପର୍ଯ୍ୟୟର ମୁକାବିଲା ପାଇଁ ଯଥେଷ୍ଟ ପରିମାଣରେ ଖାଦ୍ୟ ଓ ଅତ୍ୟାବଶ୍ୟକ ଔଷଧ ମହଜୁଦ ରଖିବା, ଶୁଦ୍ଧ ପାନୀୟଜଳ ଯୋଗାଣ, ୨୪ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ କରିବା, ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା ବ୍ୟବସ୍ଥା, ବନ୍ୟା ବାତ୍ୟା ପ୍ରଭାବିତ କୃଷିର ଭରଣା, ବିହନ ଓ ସାର ଯୋଗାଣ ପାଇଁ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବାଲେଶ୍ୱରଠାରେ ଓଡ୍ରାଫ ଓ ଏନଡିଆରଏଫ୍‌ ଟିମ୍‌ ମୁତୟନ କରାଯିବା ନିମନ୍ତେ ପଦକ୍ଷେପ ନିଆଯିବା ଏବଂ ନେସ୍କୋ ତରଫରୁ ବିଦ୍ୟୁତ୍‌ ସରବରାହକୁ ସୁବ୍ୟବସ୍ଥିତ କରିବାକୁ ପରାମର୍ଶ ଦିଆଯାଇଛି। ବୈଠକରେ ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଭୋଗରାଇ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଅନନ୍ତ ଦାସ, ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ର, ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ବାଲେଶ୍ୱର ଲୋକସଭା ଏମ୍‌ପିଙ୍କ ପ୍ରତିନିଧି ଉମାକାନ୍ତ ମହାପାତ୍ର, ବାଲେଶ୍ୱର ସଦର ବିଧାୟକଙ୍କ ପ୍ରତିନିଧି ଗୌରାଙ୍ଗ ଚନ୍ଦ୍ର ଦାସଙ୍କ ସମେତ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ଜିଲା ଜରୁରୀକାଳୀନ ଅଧିକାରୀ ରିଜୱାନା କଅକବ, ଓସଡ଼ାମା ଅଧିକାରୀ ଅବନୀକାନ୍ତ ଭୂୟାଁ ପ୍ରମୁଖ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri