ଦକ୍ଷତା ତାଲିମ ନେଲେ ୨୮ ଦୃଷ୍ଟିବାଧିତ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୫ା୬-ସ୍ବେଚ୍ଛାସେବୀ ଅନୁଷ୍ଠାନ ମିଲଟନ ଚାରିଟେବୁଲ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ କୌଶଳ ଦକ୍ଷତା ଶିବିର ଶୁକ୍ରବାର ଉଦଯାପିତ ହୋଇଯାଇଛି । ବ୍ରହ୍ମପୁର ରୋଟାରୀ କ୍ଲବ ପରିସରରେ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଉଦଯାପନୀ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ସାମାଜିକ ନ୍ୟାୟ ଉପରେ ଆଲୋକପାତ କରିଥିଲେ ।
ଫାଉଣ୍ଡେଶନର ସଭାପତି ରଞ୍ଜନ କୁମାର ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯକ୍ରମରେ ଶକ୍ତିପଥ ଟ୍ରଷ୍ଟର ସଭାପତି ଅର୍ଜୁନ ଦାଶ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ ।
ପୂର୍ବତନ କର୍ପୋରେଟର ସୁରେନ୍ଦ୍ର ମହାରଣା, ଆଇନଜୀବୀ ସୁଧାଂଶୁ କୁମାର ସେଠୀ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ମହାରଣା, ବ୍ୟାଙ୍କ ଅଫ ବରୋଦାର ପୂର୍ବତନ ବରିଷ୍ଠ ପ୍ରବନ୍ଧକ ହରଶ୍ଚନ୍ଦ୍ର ମିଶ୍ର ସମ୍ମାନିତ ଅତିଥି ଥିଲେ । ଫାଉଣ୍ଡେଶନର ମୁଖ୍ୟ ଉପଦେଷ୍ଟା ହର୍ଷଚନ୍ଦ୍ର ରଥ ସ୍ବଗତ ଭାଷଣ ପ୍ରଦାନ କରିଥିବା ବେଳେ ସିଦ୍ଧାର୍ଥ ଶଙ୍କର ରାଉତ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଏପ୍ରିଲ ୨୮ରୁ ଦେଢମାସ ଧରି କମ୍ପ୍ୟୁଟର, ଇଂଲିଶ ଶିକ୍ଷା, ରିଜୋନିଂ, ଜେନେରାଲ ଆୱାରନେସ, ମୋବିଲିଟି ଟ୍ରେନିଂ ନେଇଥିବା ୨୮ ଛାତ୍ରୀଛାତ୍ରଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଏଥିସହ ଚଳିତ ଶିକ୍ଷାବର୍ଷରେ ଆରମ୍ଭ ହେବାକୁ ଥିବା କମ୍ପୁଟର ଓ ଧନ୍ଦାମୂଳକ ତାଲିମ ପାଠ୍ୟକ୍ରମରେ ନାମ ଲେଖାଥିବା ୧୦ ଛାତ୍ରୀଛାତ୍ରଙ୍କ ମଧ୍ୟ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଫାଉଣ୍ଡେଶନର ବରିଷ୍ଠ ସଦସ୍ୟ କୃପାସିନ୍ଧୁ ମୁଦୁଲି, ସାମାଜିକ କର୍ମୀ ଟିଙ୍କୁ ମିଶ୍ର, ପ୍ରଦୋଷ କୁମାର ସ୍ବାଇଁ, ମାଧବ କୁମାର ବିଷୋୟୀ, ଶିଶିର ମହାପାତ୍ର, ଶିବ ସୁବୁଦ୍ଧି, ନୀଳକଣ୍ଠ ପାତ୍ର, ପିଙ୍କି ରଥ, ଏ. ଚିନ୍ମୟ କୁମାର ପ୍ରମୁଖ ସଦସ୍ୟ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri