ହିଞ୍ଜିଳିକାଟୁ,୧୫ା୬(ଡ଼ି.ଏନ୍.ଏ.)-କୋର୍ଟରୁ ଏକ ମାମଲା ଉଠାଇବା ପାଇଁ ଧମକ ଦେବା ଅଭିଯୋଗରେ ଶୁକ୍ରବାର ହିଞ୍ଜିଳି ପୋଲିସ ଶିକିରି ଗ୍ରାମର ଜଣଙ୍କୁ ଗିରଫ କରିଛି। ସେ ହେଲେ ପ୍ରୀତିସୁନ୍ଦର ପ୍ରଧାନ। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଥାନାରେ ନଂ. ୧୩୮/୧୯ ରେ ଏକ ମାମଲା ରୁଜୁ ହୋଇଛି। ହିଞ୍ଜିଳି ଥାନା ରାଳବ ଗ୍ରାମର ବନିତା କୁମାରୀ ବରଡଙ୍କୁ ପ୍ରୀତିସୁନ୍ଦର ଫୁଲବାଣୀର ଏକ ନୋଟାରୀଙ୍କ ସମ୍ମୁଖରେ ୨୦୧୬ରେ ବିବାହ କରିଥିଲେ। ହେଲେ ପ୍ରୀତିସୁନ୍ଦର ନିଜ ଘରକୁ ବନିତାଙ୍କୁ ନେଉ ନ ଼ଥିଲେ। ଏପରିକି ବାପଘରୁ ଯୌତୁକ ଟଙ୍କା ଆଣିବାକୁ ବନିତାଙ୍କୁ ବାଧ୍ୟ କରିଥିଲେ। ଏଥିନେଇ ବନିତାଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ ପୂର୍ବରୁ ୧୧୯/୧୮ରେ ମାମଲା ରୁଜୁ ହୋଇଥିଲା। ପ୍ରୀତି ସୁନ୍ଦରଙ୍କୁ ପୋଲିସ ଗିରଫ କରିଥିଲା। ଉକ୍ତ ମାମଲାର ବିଚାର କୋର୍ଟରେ ଚାଲିଥିବା ବେଳେ ତାହାକୁ ଉଠାଇବାକୁ ପ୍ରୀତି ସୁନ୍ଦର ଫୋନ ଓ ମେସେଜରେ ବହୁବାର ବନିତାଙ୍କୁ ଧମକ ଦେଉଥିଲେ। ଏପରିକି ତାଙ୍କୁ ହତ୍ୟା ଧମକ ମଧ୍ୟ ଦେଉଥିଲେ। ଗୁରୁବାର ବନିତା ଏ ନେଇ ପୋଲିସରେ ଅଭିଯୋଗ କରିଥିଲେ।
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...
ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର
ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...
ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ
ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...
ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ
ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...
Archives


