ବଜ୍ରପାତ ନେଲା ୨ ଜୀବନ

ରାଇରଙ୍ଗପୁର/ପାଟଣା,୨ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ମଙ୍ଗଳବାର ବଜ୍ରପାତ ଘଟି ୨ ଜଣଙ୍କ ପ୍ରାଣହାନୀ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ମୁଣ୍ଡାକାଟି ଗ୍ରାମର ଅଟୋଚାଳକ ମେଘରାୟ ମୁର୍ମୁ ଅପରାହ୍ନରେ ବିଜାତଳା ନିକଟସ୍ଥ ରାସ୍ତାରେ ଅଟୋ ଧରି ଯାତ୍ରୀଙ୍କୁ ଅପେକ୍ଷା କରିଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ଚିକିିତ୍ସା ପାଇଁ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୪/୨୦୨୦) ରୁଜୁ ହୋଇଛି।
ସେହିପରି କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଅନ୍ତର୍ଗତ ଚୁଟିଆପଶି ଗ୍ରାମରେ ବଜ୍ରପାତ ଘଟି ପ୍ରଶାନ୍ତ କୁଶୁମାଳିଆଙ୍କ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ୪ ବର୍ଷର ପୁଅ ଓ ସ୍ତ୍ରୀ ଯୋଶଦାଙ୍କ ସହ ଘର ଭିତରେ ବସିଥିବା ବେଳେ ବଜ୍ରପାତ ଘଟିଥିଲା। ଫଳରେ ପ୍ରଶାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଓ ପୁଅ ବର୍ତ୍ତି ଯାଇଛନ୍ତି। ବଜ୍ରପାତ ଯୋଗୁ ତାଙ୍କ ଘରେ ଲାଗିଥିବା ଇଲେକ୍ଟ୍ରିକ ସରଞ୍ଜାମ ସହ ଗୋଟିଏ ମୋବାଇଲ ଫୋନ ମଧ୍ୟ ପୋଡ଼ି ଯାଇଛି। ଏନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଥାନାଧିକାରୀ ସୋମନାଥ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri